ଆସନ୍ତା 24 ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜାଗାରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି. ବର୍ଷା ସମୟରେ 40ରୁ 50 କିମି ବେଗରେ ପବନ ହୋଇପାରେ ବୋଲି ସୂଚନା ଦେଇଛି ଭୁବନେଶ୍ୱର ପାଣିପାଗ ବିଭାଗ. ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଢେଙ୍କାନାଳରେ ମଧ୍ୟମ ଧରଣର ବର୍ଷା ହେବାସହ ଦକ୍ଷିଣ ଓଡିଶାର କିଛି ସ୍ଥାନରେ ମଧ୍ୟ ଘଡଘଡି ବର୍ଷା ହେବାର ଅନୁମାନ କରିଛି ପାଣିପାଗ ବିଭାଗ. ସେହି ସମୟରେ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ମତ୍ସ୍ୟଜୀବିମାନଙ୍କୁ ପରାମର୍ଶ ଦିଆଯାଇଛି.

 

LEAVE A REPLY

Please enter your comment!
Please enter your name here