ଶଙ୍ଖ ଧରିଲେ ରାଜ୍ୟ ବିଜେପିର ପୂର୍ବତନ ଉପସଭାପତି ରାଜକିଶୋର ଦାସ । ସୋମବାର ସନ୍ଧ୍ୟାରେ ବିଜେଡି କାର୍ଯ୍ୟାଳୟରେ ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହୋଇଛନ୍ତି ରାଜକିଶୋର । ବିଜେପିରେ ତାଙ୍କୁ ଅଣଦେଖା କରାଯାଇଥିବା ଅଭିଯୋଗ ଆଣି ସେ ଦଳ ଛାଡିଥିଲେ । ମୟୂରଭଞ୍ଜର ଏହି ଟାଣୁଆ ନେତା ବିଜେପି ସହ ଦୀର୍ଘ ୪୦ ବର୍ଷ ଧରି ରହି ଆସିଥିଲେ । ତେବେ ଚଳିତ ନିର୍ବାଚନରେ ମୋରଡା ଆସନରେ ପ୍ରାର୍ଥୀ ହେବାକୁ ମନ ବଳାଇଥିବା ରାଜଶେଖରଙ୍କୁ ଦଳ ପକ୍ଷରୁ ସେଭଳି କୌଣସି ସଙ୍କେତ ମିଳିନଥିଲା । ଫଳରେ ଟିକେଟ ଘୋଷଣା ପୂର୍ବରୁ ବିଜେପିକୁ ବାଏ ବାଏ କରିଥିଲେ ରାଜକିଶୋର ।

LEAVE A REPLY

Please enter your comment!
Please enter your name here