ବର୍ଷାର ପ୍ରକୋପ ଦିନକୁ ଦିନ ବଢିବାରେ ଲାଗିଛି । ମାଲକାନଗିରି ଜିଲ୍ଲାରେ ବର୍ଷାର ପ୍ରଭାବରେ ଲୋକେ ହନ୍ତସନ୍ତ । ବାଲିସାଗର ସାହିରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା । ପ୍ରବଳ ବର୍ଷା ଯୋଗୁଁ ମନୋଜ ନାୟକ ନାମକ ଜଣେ ବ୍ୟକ୍ତିଙ୍କ ଘର କାନ୍ଥ ଭାଙ୍ଗି ୩ ଶିଶୁ ଗୁରୁତର । ବିଳମ୍ବିତ ରାତିରେ ସମସ୍ତେ ଶୋଇଥିବା ସମୟରେ ଘରର କାନ୍ଥ ଭୁସୁଡି ପଡିଥିଲା । ଗ୍ରାମବାସୀଙ୍କ ସହାୟତାରେ ୩ ଶିଶୁଙ୍କୁ ସେଠାରୁ ଉଦ୍ଧାର କରାଯାଇ ମାଲକାନଗିରି ଜିଲ୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ବର୍ତ୍ତମାନ ସେମାନଙ୍କ ସ୍ୱାସ୍ଥ୍ୟବସ୍ଥା ଠିକ୍ ଥିବା ଜଣାପଡିଛି ।

LEAVE A REPLY

Please enter your comment!
Please enter your name here