ଇସ୍ରୋ ବୈଜ୍ଞାନିକଙ୍କ ସଫଳତା। ଚନ୍ଦ୍ର ପୃଷ୍ଠରେ ଓହ୍ଲାଇବା ପୂର୍ବରୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଥିବା ଲ୍ୟାଣ୍ଡର ବିକ୍ରମର ସ୍ଥିତି ବାବଦରେ ସୂଚନା ମିଳିଛି। ଚନ୍ଦ୍ରପୃଷ୍ଠରେ ଏହା ପଡ଼ିଥିବା ଜଣାପଡ଼ିଛି। ଏ ନେଇ ଇସ୍ରୋ ମୁଖ୍ୟ କେ ଶିବନ ସୂଚନା ଦେଇଛନ୍ତି। ଖୁବଶୀଘ୍ର ଲ୍ୟାଣ୍ଡର ବିକ୍ରମ ସହ ଯୋଗାଯୋଗ ହେବ ବୋଲି ସେ କହିଛନ୍ତି, ସୂଚନାଯୋଗ୍ୟ, ଲ୍ୟାଣ୍ଡର ବିକ୍ରମ ସହ ଇସ୍ରୋର ଯୋଗାଯୋଗ ବିଚ୍ଛିନ୍ନ ହୋଇଥିଲେ ମଧ୍ୟ ଚନ୍ଦ୍ର ଚାରିପଟେ ଘୂରିବୁଲୁଥିବା ଅର୍ବିଟର ଲ୍ୟାଣ୍ଡର ବିକ୍ରମର ସ୍ଥିତି ବାବଦରେ ଚିତ୍ର ପଠାଇଛି ଇସ୍ରୋକୁ। ଏହା ପରେ ଇସ୍ରୋ ବୈଜ୍ଞାନିକମାନେ ଲ୍ୟାଣ୍ଡର ବିକ୍ରମ ସହ ଯୋଗାଯୋଗ କରିବା ପାଇଁ ପ୍ରୟାସ ଆରମ୍ଭ କରିଛନ୍ତି।

LEAVE A REPLY

Please enter your comment!
Please enter your name here