ରାଜ୍ୟରେ ଆହୁରି ୪ ଦିନ ବର୍ଷା ହେବ । ଏବେ ମୌସୁମୀ ସକ୍ରିୟ ଥିବାରୁ ରାଜ୍ୟର ୧୨ଟି ଜିଲ୍ଲାରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ସୂଚନା ଦେଇଛି । ଛତିଶଗଡ-ଓଡିଶା- ଝାଡଖଣ୍ଡ ସୀମାନ୍ତ ସ୍ଥଳଭାଗ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ଉତର ଓ ପଶ୍ଚିମ ଓଡିଶାରେ ପ୍ରବଳ ବର୍ଷା ହେବ । ଦକ୍ଷିଣ ଓଡିଶାର କିଛି ସ୍ଥାନରେ ମଧ୍ୟ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ଅପରପକ୍ଷେ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ୪ଦିନ ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ୧୧ରୁ ୧୪ ଯାଏଁ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ତେବେ ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ବର୍ଷା ଲାଗି ରହିଛି । ବର୍ଷା ଲାଗି ରହିଥିବା କାରଣରୁ ରାଜ୍ୟର ବିଭିନ୍ନ ନଦୀର ଜଳସ୍ତର ମଧ୍ୟ କ୍ରମାଗତ ଭାବରେ ବଢିବାରେ ଲାଗିଛି ।
୪ ଦିନ ଯାଏଁ ପ୍ରବଳ ଛେଚିବ
ଏବେ ମୌସୁମୀ ସକ୍ରିୟ ଥିବାରୁ ରାଜ୍ୟର ୧୨ଟି ଜିଲ୍ଲାରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ସୂଚନା ଦେଇଛି । ଛତିଶଗଡ-ଓଡିଶା- ଝାଡଖଣ୍ଡ ସୀମାନ୍ତ ସ୍ଥଳଭାଗ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ଉତର ଓ ପଶ୍ଚିମ ଓଡିଶାରେ ପ୍ରବଳ ବର୍ଷା ହେବ ।