ପଶ୍ଚିମବଙ୍ଗ-ଓଡ଼ିଶା ସୀମାନ୍ତ ଅଞ୍ଚଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ | ଏହାର ପ୍ରଭାବରେ ପାଣିପାଗ ଅଶାନ୍ତ ହୋଇପଡିଛି | ଯାହାଫଳରେ ୩ ଦିନ ଯାଏଁ ବର୍ଷାରୁ ନାହିଁ ନିସ୍ତାର | ଉତ୍ତର ଓ ପଶ୍ଚିମ ଓଡ଼ିଶାର ‌ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଥିବେ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଓ ଶୁକ୍ରବାର ଲାଗି ୧୦ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଦିନ ୧ଟା ୩୦ ପର୍ଯ୍ୟନ୍ତ ୧୫ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି- ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଢେଙ୍କାନାଳ, ଅନୁଗୋଳ, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, କଟକ, ପୁରୀ, ଖୋର୍ଦ୍ଧା ଓ ଝାରସୁଗୁଡ଼ା । ଘୂର୍ଣ୍ଣିବଳୟ ଝାଡ଼ଖଣ୍ଡ ଆଡ଼କୁ ଅଗ୍ରସର ହେବାକୁ ସମ୍ଭାବନା ଥିବା ବେଳେ ୧୩ ତାରିଖଠାରୁ ଉପକୂଳ ଓଡ଼ିଶାରେ ବର୍ଷା କମିବ । ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ବର୍ଷା ଜାରି ରହିବ । ବିଶେଷକରି ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁରରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ତେଣୁ ଉକ୍ତ ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ଏହାଛଡ଼ା ଢେଙ୍କାନାଳ, ଅନୁଗୁଳ, ବାଲେଶ୍ବର, ଭଦ୍ରକ ଓ ଯାଜପୁରରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ସେହି ସମସ୍ତ ଜିଲ୍ଲା ବାସୀଙ୍କୁ ସତର୍କ ରହିବା ନେଇ ସୂଚନା ଜାରି କରାଯାଇଛି |

LEAVE A REPLY

Please enter your comment!
Please enter your name here