କରୋନାରେ ଆକ୍ରାନ୍ତ ହୋଇ ମୃତ୍ୟୁବରଣ କଲେ ସାମ୍ବାଦିକଙ୍କ ପରିବାରକୁ ମିଳିବ 15 ଲକ୍ଷ ଟଙ୍କା. ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କାର୍ଯ୍ୟରତ ସାମ୍ବାଦିକଙ୍କ ପାଇଁ ଏହି ଘୋଷଣା କରିଛନ୍ତି. ସାମ୍ବାଦିକମାନେ କରୋନା ଭାଇରସର ଭୟାବହତା ଓ ସରକାରଙ୍କ କାର୍ଯ୍ୟକ୍ରମ ସଂପର୍କରେ ସଚେତନତା ସୃଷ୍ଟି ପାଇଁ ଅତି ନିଷ୍ଠାର ସହ କାର୍ଯ୍ୟ କରୁଛନ୍ତି. ଏଭଳି କଠିନ ସମୟରେ ସାମ୍ବାଦିକମାନେ କାର୍ଯ୍ୟ କରୁଥିବାରୁ କରୋନାରେ ଆକ୍ରାନ୍ତ ହୋଇ ମୃତ୍ୟୁବରଣ କଲେ ସେମାନଙ୍କ ପରିବାରକୁ ପନ୍ଦର ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଦିଆଯିବ ବୋଲି ନବୀନ ଘୋଷଣା କରିଛନ୍ତି. ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ କରୋନା ରୋଗୀଙ୍କ ଚିକିତ୍ସା କରୁଥିବା ସ୍ବାସ୍ଥ୍ୟକର୍ମୀ, ନର୍ସ ଓ ଡାକ୍ତର କରୋନା ସଂକ୍ରମିତ ହୋଇ ମୃତ୍ୟୁବରଣ କଲେ ସେମାନଙ୍କ ପରିବାରକୁ 50 ଲକ୍ଷ ଟଙ୍କା ଦେବାକୁ ଘୋଷଣା କରିଥିଲେ.

LEAVE A REPLY

Please enter your comment!
Please enter your name here