ମାଡି ଆସୁଛି ସାମୁଦ୍ରିକ ବାତ୍ୟା ଅମ୍ଫାନ୍ । ଆଣ୍ଡାମାନ ସାଗରରେ କେନ୍ଦ୍ରୀଭୂତ ହୋଇଥିବା ଏହି ଲଘୁଚାପ ଓ୍ବେଲମାର୍କଡ ଲୋ ପ୍ରେସରରେ ପରିଣତ ହୋଇଥିବା ବେଳେ 16 ତାରିଖ ସଂଧ୍ୟା ସୁଦ୍ଧା ସାମୁଦ୍ରିକ ଝଡର ରୂପ ନେବାର ସମ୍ଭାବନା ରହିଛି । ଆଜି ସଂଧ୍ୟା ସୁଦ୍ଧା ଅମ୍ଫାନ ଅବପାତର ରୂପ ନେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ତେବେ 17 ତାରିଖ ବେଳକୁ ବାତ୍ୟା ରୂପ ନେଇଥିବା ଅମ୍ଫାନ ଗତିପଥ ବଦଳାଇ ଉତ୍ତର-ପୂର୍ବ ଦିଗ ଆଡକୁ ଗତି କରିବ ବୋଲି କୁହାଯାଉଛି । ଏପର୍ଯ୍ୟନ୍ତ ଏହି ସାମୁଦ୍ରିକ ବାତ୍ୟା କେଉଁଠି ଲ୍ୟାଣ୍ଡଫଲ କରିବ, ତାହା ସ୍ପଷ୍ଟ ହୋଇ ନଥିଲେ ହେଁ ଆଣ୍ଡାମାନ. ପଶ୍ଚିମବଙ୍ଗ, ଓଡିଶା ପ୍ରତି ବିପଦ ଥିବା ଆଶଙ୍କା କରାଯାଉଛି । ଏହାର ପ୍ରଭାବରେ 18 ତାରିଖରୁ ଉପକୂଳବର୍ତ୍ତୀ ଜିଲ୍ଲାଗୁଡିକରେ ବର୍ଷା ହେବାର ସମ୍ଭାବନା ରହିଛି । ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି । ଅନ୍ୟପକ୍ଷରେ ରାଜ୍ୟ ସରକାର ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନଗୁଡିକୁ ସଜାଗ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି । ସ୍ବତନ୍ତ୍ର ରିଲିଫ କମିଶନର ବାତ୍ୟା ପ୍ରସ୍ତୁତି ନେଇ ସମୀକ୍ଷା କରିବା ସହ ବିଭିନ୍ନ ସ୍ଥାନରେ ଥିବା ସେଲଟର ହୋମଗୁଡିକୁ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି । ତେବେ ବାତ୍ୟାର ପ୍ରଭାବରେ ଉତ୍ତର ଓଡିଶା ବେଶୀ ପ୍ରଭାବିତ ହୋଇପାରେ ବୋଲି ଆଶଙ୍କା କରାଯାଉଛି ।

LEAVE A REPLY

Please enter your comment!
Please enter your name here