ଆଜି ରାଜ୍ୟରେ ୪ ଜଣଙ୍କ ମୁଣ୍ଡ ନେଇଛି କରୋନା । ଏହାସହ ମୋଟ ମୃତ୍ୟୁ ସଂଖ୍ୟା ୫୨କୁ ବୃଦ୍ଧି ପାଇଛି । ଗଞ୍ଜାମରୁ ୩ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଭଦ୍ରକରୁ ଜଣଙ୍କର ମୃତ୍ୟୁ ହୋଇଛି । ସେପଟେ ଆଜି ସର୍ବାଧିକ ୫୭୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୪୧୬ , ଲୋକାଲ କଣ୍ଟାକ୍ଟ ୧୬୧ । ଏହାସହ ରାଜ୍ୟରେ ମୋଟ୍ ପଜିଟିଭଙ୍କ ସଂଖ୍ୟା ୧୧,୨୦୧ କୁ ବୃଦ୍ଧି ପାଇଛି । ତେବେ ୭୦୦୬ ଜଣ କରୋନା ସଙ୍କ୍ରମଣରୁ ସୁସ୍ଥ ହୋଇଥିବାବେଳେ ଆକ୍ଟିଭ୍ କେସ୍ ୪୧୨୮ ରହିଛି ବୋଲି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ତଥ୍ୟ ମିଳିଛି । ଆଜି ୨୨ ଜିଲ୍ଲାରୁ ଏହି ୫୭୭ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୬୦ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ସୁନ୍ଦରଗଡରୁ ୮୩, ଖୋର୍ଦ୍ଧାରୁ ୫୬, କେନ୍ଦୁଝରରୁ ୪୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଅନୁଗୁଳରୁ ୭, ବାଲେଶ୍ୱରରୁ ୩୦, ଭଦ୍ରକରୁ ୨, ବୌଦ୍ଧରୁ ୫, କଟକରୁ ୧୪, ଢେଙ୍କାନାଳରୁ ୪ , ଗଞ୍ଜାମରୁ ୧୭, ଜଗତସିଂହପୁରରୁ ୭, ଯାଜପୁରରୁ ୯, ଝାରସୁଗୁଡାରୁ, କନ୍ଧମାଳ, ମାଲକାନଗିରି, ନୟାଗଡରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କେନ୍ଦ୍ରାପଡାରୁ ୩, କୋରାପୁଟ୬, ମୟୂରଭଞ୍ଜରୁ ୧୪, ପୁରୀରୁ ୫, ସମ୍ବଲପୁରରୁ ୩ ପଜିଟିଭ ଚିହ୍ନଟ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here