ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ୍ ରେଜଲ୍ଟ । ଭିଡିଓ କନଫରେନ୍ସିଂ ଜରିଆରେ ପରୀକ୍ଷା ଫଳ ପ୍ରକାଶ ପାଇଛି । ଶିକ୍ଷାବର୍ଷ ୨୦୧୯-୨୦ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାରେ ୭୮.୭୬ ପ୍ରତିଶତ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି । ପୁଅଙ୍କ ତୁଳନାରେ ଝିଅମାନେ ଏଥର ବାଜିମାତ୍ କରିଛନ୍ତି । ଆଜି ସକାଳ 9ରେ ରେଜଲ୍ଟ ଆସିବା ନେଇ ପୂର୍ବରୁ ସୂଚନା ମିଳିଥିଲା କିନ୍ତୁ ପରେ 11ଟା ସମୟରେ ରେଜଲ୍ଟ ବାହାରିଛି । ଦିନ ସାଢେ ୧୧ଟାରୁ ୱେବସାଇଟରେ ରେଜଲ୍ଟ ଦେଖିପାରିବେ ଛାତ୍ରଛାତ୍ରୀ । ବୋର୍ଡର ୨ଟି ୱେବସାଇଟ୍ ଓ SMS ଜରିଆରେ ରେଜଲ୍ଟ ପାଇପାରିବେ ଛାତ୍ରଛାତ୍ରୀ । ଦୁଇଟି ଓ୍ବେବସାଇଟ୍ www.bseodisha.ac.in ଏବଂ www.bseodisha.nic.inରେ ରେଜଲ୍ଟ ଉପଲବ୍ଧ ହେବ । SMS ଜରିଆରେ ରେଜଲ୍ଟ ଜାଣିବା ପାଇଁ OR01 ଲେଖି ସ୍ପେଶ୍ ଦେଇ ନିଜ ରୋଲ୍ ନମ୍ଵର ଲେଖି ୫୬୭୬୭୫୦କୁ ଏସ୍ଏମ୍ଏସ୍ କଲେ ରେଜଲ୍ଟ ଜାଣିପାରିବେ ଛାତ୍ରଛାତ୍ରୀ ।
କୋଭିଡ-୧୯ କଟକଣା ମଧ୍ୟରେ ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇବା ପରେ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ମହଲରେ ଉତ୍ସାହ ଦେଖାଯାଇଛି । ସେହିଭଳି କିଛି ଶିକ୍ଷାର୍ଥୀ, ଅଭିବାଭକ ଓ ଶିକ୍ଷକଙ୍କ ମନରେ ରେଜଲ୍ଟ ନେଇ ଦ୍ୱନ୍ଦ୍ୱ ଦେଖାଯାଇଛି । ପରୀକ୍ଷା ଫଳ ପ୍ରକାଶ ପାଇବା ପରେ ପିଲାମାନେ କେଉଁଠି ପଢ଼ିବେ ସେଥିପାଇଁ ମଧ୍ୟ ଯୋଜାନା ଆରମ୍ଭ ହୋଇଯାଇଛି ।
ସୂଚନାଯୋଗ୍ୟ, ଚଳିତ ବର୍ଷ ୫.୬ ଲକ୍ଷ ଛାତ୍ରଛାତ୍ରୀ ମାଟ୍ରିକ୍ ପରୀକ୍ଷା ଦେଇଥିଲେ। ଓଡ଼ିଶାରେ ୨ ହଜାର ୮୮୮ କେନ୍ଦ୍ରରେ ମାଟ୍ରିକ୍ ପରୀକ୍ଷା ହୋଇଥିଲା । ୧୦୦୦ଟି ସମ୍ବେଦନଶୀଳ କେନ୍ଦ୍ରରେ ସିସିଟିଭି ଲଗାଯାଇଥିଲା । ତେବେ ପରୀକ୍ଷା ପରେ ୬୦ଟି କେନ୍ଦ୍ରରେ ଖାତା ଦେଖା ଚାଲିଥିଲା। ଖାତାଦେଖା ପାଇଁ ୧୫ ହଜାର ଶିକ୍ଷକ ନିଯୁକ୍ତ ହୋଇଥିଲେ ।