ପଶ୍ଚିମବଙ୍ଗ ଏବଂ ଏହାର ପାଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, ଦେବଗଡ, ସୁନ୍ଦରଗଡ, ଅନୁଗୁଳ ଓ ବାଲେଶ୍ୱରର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଯାଜପୁର , ଭଦ୍ରକ, କେନ୍ଦ୍ରାପଡାର କିଛି ଅଞ୍ଚଳରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ । ଏହାଛଡା , ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର , ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ପୁରୀ, କନ୍ଧମାଳ, ବୌଦ୍ଧ, କେନ୍ଦୁଝର, ମୟୂରଭଞ୍ଚ, ଢେଙ୍କାନାଳ ଓ ଅନୁଗୁଳରେ ବଜ୍ରପାତର ଆଶଙ୍କା ରହିଛି । ପରବର୍ତ୍ତୀ ୨୪ ଘଣ୍ଟାରେ ସୋନପୁର, ସମ୍ବଲପୁର, ବଲାଙ୍ଗୀର ଓ ବରଗଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାବେଳେ ଝାରସୁଗୁଡା, ସୁନ୍ଦରଗଡ, କଳାହାଣ୍ଡି, ଅନୁଗୁଳରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଗ୍ୟାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ହୀରକୁଦରୁ ୨୪ ଟି ଗେଟ୍ ଦେଇ ଜଳ ଆସୁଛି । ତେବେ ବର୍ଷା ହେଲେ ବନ୍ୟା ବିପନ୍ନଙ୍କ ଦୁର୍ଦ୍ଦଶା ଆହୁରୀ ସଙ୍ଗୀନ ହୋଇପଡିବ ।

LEAVE A REPLY

Please enter your comment!
Please enter your name here