କରୋନାରୁ ସୁସ୍ଥ ହେବାପରେ ପ୍ଲାଜମା ଦାନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶନିବାର କଟକ ଗସ୍ତ କରି ଏସସିବି ମେଡିକାଲ କଲେଜରେ ପ୍ଲାଜମା ଦାନ କରିଛନ୍ତି ।
ବର୍ତ୍ତମାନ ସମୟରେ ଗୁରୁତର ସଂକ୍ରମିତଙ୍କ ଜୀବନ ରକ୍ଷା କରିବାରେ ପ୍ଲାଜମାର ମହତ୍ତ୍ୱପୂର୍ଣ୍ଣ ଭୂମିକା ରହିଛି । ତେଣୁ ଏଥିପାଇଁ ସମସ୍ତଙ୍କୁ ଆଗେଇ ଆସିବା ସହ ପ୍ଲାଜମା ଦାନ କରିବା ସଚେତନତା ଅଭିଯାନକୁ ଅଧିକ ବ୍ୟାପକ କରିବା ପାଇଁ ଧର୍ମେନ୍ଦ୍ର ପ୍ରଧାନ ନିବେଦନ କରିଛନ୍ତି ।
ଏହି ଅବସରରେ ସେ କହିଛନ୍ତି ଓଡିଶାକୁ ଆସି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ପ୍ରଣାମ କରି ପ୍ଲାଜମା ଦାନ କରିବା ପାଇଁ ମନରେ ଇଚ୍ଛା ଥିଲା । ଆଜି ଏହି ଆଶା ପୂରଣ ହୋଇଛି । ମୁଁ ଦେଇଥିବା ପ୍ଲାଜମା ରାଜ୍ୟର ଯେକୌଣସି କରୋନା ସଂକ୍ରମିତଙ୍କ କାମରେ ଆସିପାରିଲେ, ଏହା ମୋ ପାଇଁ ଆତ୍ମସନ୍ତୋଷର ବିଷୟ ହେବ ବୋଲି ସେ କହିଛନ୍ତି ।

LEAVE A REPLY

Please enter your comment!
Please enter your name here