ଆସନ୍ତାକାଲିଠାରୁ ସାରା ରାଜ୍ୟରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତାକାଲିଠାରୁ କ୍ରମାଗତ ଭାବରେ ୩ଦିନ ଧରି ବର୍ଷା ହେବା ଯାଏଁ ଅନୁମାନ କରାଯାଇଛି । ପ୍ରଭାବ ଏହାର ବିଶେଷ କରି ଦକ୍ଷିଣ ଏବଂ ଉପକୂଳ ଓଡିଶାରେ ଦେଖିବାକୁ ମିଳିଛି । ଆସନ୍ତାକାଲି ୪ଟି ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବାବେଳେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଗଜପତି, ଗଞ୍ଜାମ, ରାୟଗଡା, ପୁରୀ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ପୂର୍ବାନୁମାନ ହୋଇଛି । ସେହିପରି ୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମାଲକାନଗିରି, କୋରାପୁଟ, କନ୍ଧମାଳ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ, ୬ଟି ଜିଲ୍ଲାରେ ପ୍ରବଳ ବର୍ଷାର ପୂର୍ବାନୁମାନ ହୋଇଛି । ୧୨ ତାରିଖରେ ୬ଟି ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବାବେଳେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ ହୋଇଛି । ୧୩ ତାରିଖରେ ୮ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଯାହାଫଳରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ ।

LEAVE A REPLY

Please enter your comment!
Please enter your name here