ଅ।ସନ୍ତାକାଲି ଆଉ ଏକ ଲଘୁଚାପ ଆସୁଛି । ପୂର୍ବାନୁମାନ ଅନୁସାରେ ଆସନ୍ତା ୧୯ ତାରିଖ ପାଇଁ ମାଲକାନଗିରି, କୋରାପୁଟ, ରାୟଗଡା, ଗଞ୍ଜାମ, ଗଜପତି, ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୨୦ ତାରିଖ ପାଇଁ ମାଲକାନଗିରି, କୋରାପୁଟ, ରାୟଗଡା, ପୁରୀ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି ହୋଇଥିବାବେଳେ ଆସନ୍ତା ୨୧ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡା, ଗଞ୍ଜାମ, ଗଜପତି, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ପାଣିପାଗ ବିଭାଗର ଆକଳନକୁ ଦୃଷ୍ଟିରେ ରଖି ଦକ୍ଷିଣ ଓଡିଶାର ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତ ସ୍ୱତନ୍ତ୍ର ରିଲିଫ କମିଶନର । ଏଥିପାଇଁ ଆବଶ୍ୟକୀୟ ପଦକ୍ଷେପ ନେବା ସହ ପାକ୍ ପ୍ରସ୍ତୁତି କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ଥିବାରୁ ଏନେଇ ଜିଲ୍ଲାପାଳ ଜରୁରୀ ବୈଠକ କରିବା ସହ ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here