ରାଜ୍ୟପାଳଙ୍କ ପ୍ରଫେସର ଗଣେଶୀ ଲାଲଙ୍କ ଅଭିଭାଷଣରୁ ଆରମ୍ଭ ହୋଇଛି ବିଧାନସଭାର ବଜେଟ୍ ଅଧିବେଶନ । ବଜେଟ ଅଧିବେଶନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ଅଛନ୍ତି । ରାଜ୍ୟପାଳ ଗଣେଷୀ ଲାଲଙ୍କୁ ଗାର୍ଡ ଅଫ ଅନର ଦିଆଯାଇଛି । ଚଳିତ ଅଧିବେଶନ ପାଇଁ ସମୟ ସାରଣୀ ବଦଳିଥିବା ବେଳେ ଏଥର ପେପରଲେସ ହେବ ଗୃହକାର୍ଯ୍ୟ । ବଜେଟ୍ ଅଧିବେଶନରେ ପ୍ରଶ୍ନକାଳ ଓ ଶୂନ୍ୟକାଳ ରହିବ । ଏଥିସହ ମୁଲତବୀ ଆଲୋଚନା ବି ହେବ । ଦୈନିକ ୫ଘଣ୍ଟା ଗୃହ ଚାଲିବ । ଦୁଇଟି ପର୍ଯ୍ୟାୟରେ ଅଧିବେଶନ ଚାଲିବ । ସକାଳ ୧୦ଟା ୩୦ରୁ ଦିନ ସାଢ଼େ ଗୋଟାଏ ଓ ଅପରାହ୍ନ ୪ଟାରୁ ୬ଟା ପର୍ଯ୍ୟନ୍ତ ଚାଲିବ ଗୃହ । ଫେବ୍ରୁଆରୀ ୧୮ରୁ ୨୮ ଯାଏଁ ବିଧାନସଭାର ପ୍ରଥମ ପର୍ଯ୍ୟାୟ ଅଧିବେଶନ ଥିବା ବେଳେ, ମାର୍ଚ୍ଚ ୧୧ରୁ ୩୧ ପର୍ଯ୍ୟନ୍ତ ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ଚାଲିବ । ଆସନ୍ତା ୨୨ ତାରିଖ ଦିନ ଅର୍ଥମନ୍ତ୍ରୀ ବଜେଟ୍ ଆଗତ କରିବେ । ପ୍ରଥମ ଦିନରେ ଦିବଂଗତ ବିଧାୟକ ସୁରେନ୍ଦ୍ର ନାଥ ମିଶ୍ର, ବିଭୂତି ଭୂଷଣ ନାୟକ, ଯଜ୍ଞନାରାୟଣ କର, କୃଷ୍ଣ ଚନ୍ଦ୍ର ପଣ୍ଡାଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯିବ । ସେପଟେ ବିଜେଡି, ବିଜେପି ଓ କଂଗ୍ରେସ ବିଧାୟକ ଦଳ ବୈଠକରେ ରଣନୀତି ପ୍ରସ୍ତୁତ କରିଛନ୍ତି । ସରକାରଙ୍କୁ ଘେରିବାକୁ ବିରୋଧୀ ବ୍ଲ ପ୍ରିଣ୍ଟ ପ୍ରସ୍ତୁତ କରିଥିବା ବେଳେ ବିଜେଡି ବି ପ୍ରସ୍ତୁତ ଥିବା କହିଛି ।