ଶ୍ରୀମନ୍ଦିରରେ ପହଁଞ୍ଚି ତିନି ଠାକୁରଙ୍କୁ ଦର୍ଶନ କରିଛନ୍ତି ବଲିଉଡ୍ ଅଭିନେତ୍ରୀ କଙ୍ଗନା ରାଣାୱତ୍ । ଆଜି ସକାଳୁ କଙ୍ଗନା ଭୁବନେଶ୍ୱରରୁ ବାହାରି ପୁରୀରେ ପହଞ୍ଚି ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ କରିବା ସହ ମହାପ୍ରଭୁଙ୍କ ଆଶୀର୍ବାଦ ନେଇଛନ୍ତି। କଙ୍ଗନା ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ପହଞ୍ଚିବା ପରେ ସିଂହାରୀ ସେବାୟତ ମଧୁସୂଦନ ସିଂହାରୀ ତାଙ୍କୁ ଶ୍ରୀମନ୍ଦିର ଭିତରକୁ ନେଇଥିଲେ। ପତିତପାବନଙ୍କୁ ଦର୍ଶନ କରିବା ପରେ ବାଇଶି ପାହାଚ ଓ ସାତ ପାହାଚ ହୋଇ ଅଭିନେତ୍ରୀ କଙ୍ଗନା ରାଣାୱତ୍ ମହାପ୍ରଭୁଙ୍କ ମଙ୍ଗଳ ଆଳତି ଦର୍ଶନ କରିଥିଲେ। ମହାପ୍ରଭୁଙ୍କ ଦର୍ଶନ ପରେ କଙ୍ଗନା ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି,‘ବର୍ଷ ଆରମ୍ଭରୁ ଇଛା ଥିଲା ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବା ପାଇଁ। ତାଙ୍କ କୃପାରୁ ଆଜି ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିପାରିଲି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରି ନିଜକୁ ସୌଭାଗ୍ୟଶାଳୀ ମନେ କରୁଛି। ବର୍ଷ ଆରମ୍ଭରୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରି ଧନ୍ୟ ମନେ କରୁଛି।

LEAVE A REPLY

Please enter your comment!
Please enter your name here