କାଳବୈଶାଖୀ ପାଇଁ ପାଗ ଅନୁକୂଳ ହେବାରେ ଲାଗିଛି । ବିଶେଷକରି ଉତ୍ତର-ଦକ୍ଷିଣ ଏବଂ ଆଭ୍ୟନ୍ତରୀଣ ଓଡିଶାରେ କାଳବୈଶାଖୀ ସମ୍ଭାବନା ଅଧିକ ରହିଛି । ବଜ୍ରପାତ ପାଇଁ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଝାରସୁଗୁଡା, ସୁନ୍ଦରଗଡ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ଥିବା କହିଛି ପାଣିପାଗ କେନ୍ଦ୍ର । ଆସନ୍ତା ୩ ଦିନ ଧରି ରାଜ୍ୟର ଉତ୍ତର-ଦକ୍ଷିଣ ଏବଂ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ ବଜ୍ରପାତ ସହ ବର୍ଷା ହୋଇପାରେ । ୧୮ ତାରିଖରୁ କାଳ ବୈଶାଖୀ ବଢିବାର ସମ୍ଭାବନା ରହିଛି । ରାଜ୍ୟର ବିଭିନ୍ନ ସ୍ଥାନରେ ସର୍ବାଧିକ ତାପମାତ୍ରା ହ୍ରାସ ପାଇଛି