ମମିତା ମେହେର ହତ୍ୟାକାଣ୍ଡ ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ସହ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ସଂପର୍କକୁ ନେଇ ରାଜନୀତି ଜୋର୍ ଧରିଛି । ଭୁବନେଶ୍ବରରୁ ବଙ୍ଗୋମୁଣ୍ଡା ଯାଏଁ ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ଇସ୍ତଫା ଦାବି କରି ବିଜେପି, କଂଗ୍ରେସ ଓ ଅନ୍ୟାନ୍ୟ ସଂଗଠନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଭୁବନେଶ୍ବର ସ୍ଥିତ ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ବାସଭବନ ଆଗରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାସଭବନ ସମ୍ମୁଖରେ ମଧ୍ୟ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ବଢାଇ ଦିଆଯାଇଛି ।
ଗତକାଲି କଂଗ୍ରେସ କର୍ମୀମାନେ ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ବାସଭବନ ଉପରକୁ ଅଣ୍ଡାମାଡ କରିଥିଲେ । ଆଜି ମଧ୍ୟ ଭୁବନେଶ୍ବରରେ କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି ।
ବିଜେପି ପକ୍ଷରୁ ଏକ ପ୍ରତିନିଧି ଦଳ ରାଜଭବନକୁ ଯାଇ ରାଜ୍ୟପାଳଙ୍କୁ ସ୍ମାରକପତ୍ର ଦେଇ ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତି ସଂପର୍କରେ ଅବଗତ କରାଇଛନ୍ତି ।
ବଲାଙ୍ଗୀର ଏସପି ଅଫିସ ସମ୍ମୁଖରେ ବିଜେପି ମହିଳା ସଂଗଠନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି ।
ଏଆଇଡିଏସଓ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯିବା ସହ ମନ୍ତ୍ରୀଙ୍କ ବହିଷ୍କାର ଦାବି କରାଯାଇଛି ।
କଟକ ଓ ଭବାନୀପାଟଣାରେ ବିଜେପି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯିବା ସହ ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ଇସ୍ତଫା ଦାବି କରାଯାଇଛି । ବିକ୍ଷୋଭ ବେଳେ ଅନେକସ୍ଥାନରେ ପୋଲିସ ସହ ବିକ୍ଷୋଭକାରୀଙ୍କ ଧସ୍ତାଧସ୍ତି ହୋଇଥିବା ସୂଚନା ମିଳିଛି ।

LEAVE A REPLY

Please enter your comment!
Please enter your name here