ଦରବୃଦ୍ଧିକୁ ନେଇ ରାସ୍ତାକୁ ଓହ୍ଲାଇବ ବିଜେଡି । କରୋନା କମୁଥିବାବେଳେ ଦରଦାମ ବଢିବାରେ ଲାଗିଛି । ଆଜି ସାମ୍ବାଦିକ ସମ୍ମିଳନୀ କରି ଦର ଦାମ ବୃଦ୍ଧି ପ୍ରସଙ୍ଗରେ ଦଳ ଆନ୍ଦୋଳନକୁ ଓହ୍ଲାଇବ ବୋଲି କହିଛି । ପ୍ରମିଳା ମଲ୍ଲିକ, ଅତନୁ ସବ୍ୟସାଚୀ ନାୟକ ଏବଂ ପ୍ରତାପ ଦେବ ପ୍ରେସମିଟ୍ କରି ଏହି ସୂଚନା ଦେଇଛନ୍ତି । ପେଟ୍ରୋଲ, ଡିଜେଲ ଦର ବୃଦ୍ଧି ପ୍ରତିବାଦରେ ଆସନ୍ତାକାଲି ରାଜଭବନ ଆଗରେ ବିଜେଡି ଧାରଣା ଦେବ । ନଭେମ୍ବର ୧ରୁ ସମସ୍ତ ୧୪୭ ବିଧାନସଭା କ୍ଷେତ୍ରରେ ଦଳ ଆନ୍ଦୋଳନ କରିବାର କାର୍ଯ୍ୟକ୍ରମ ଥିବା ସୂଚନା ଦେଇଛି । ସେହିପରି ରନ୍ଧନ ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ଆନ୍ଦୋଳନ କରିବ ମହିଳା ବିଜେଡି । ୫ରୁ ୭ ଯାଏଁ ଯୁବ ଛାତ୍ର ସଙ୍ଗଠନ ପକ୍ଷରୁ ପେଟ୍ରୋଲ ପମ୍ପ ଆଗରେ ବିକ୍ଷୋଭ କରାଯିବ ବୋଲି ବିଜେଡି ସୂଚନା ଦେଇଛି ।