ସମ୍ଭାବ୍ୟ ବାତ୍ୟାଜନିତ ବର୍ଷା ବିତ୍ପାତର ମୁକାବିଲା ପାଇଁ ଜିଲ୍ଲାପାଳମାନଙ୍କୁ ସଜାଗ କଲେ ଏସଆରସି ।

ଆଣ୍ଡାମାନ ସାଗରରେ ସୃଷ୍ଟି ହେବାକୁ ଯାଉଥିବା ଲଘୁଚାପ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି । ତେବେ ଲଘୁଚାପ ପ୍ରଭାବରେ ରାଜ୍ୟର ଦକ୍ଷିଣ ଉପକୂଳ ସମେତ 6ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ଅନୁମାନ କରିଛି । ଏହାକୁ ନଜରରେ ରଖି ସ୍ବତନ୍ତ୍ର ରିଲିଫ କମିଶନର ଆଜି 6ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ସଜାଗ ରହିବାକୁ ଚିଠି ଲେଖିଛନ୍ତି । ଯେକୌଣସି ସମ୍ଭାବ୍ୟ ପରିସ୍ଥିତିର ମୁକାବିଲା ପାଇଁ ସଜାଗ ରହିବାକୁ କୁହାଯାଇଛି ।

ବିଶେଷ କରି ମାଲକାନଗିରି, କୋରାପୁଟ, ରାୟଗଡା, ଜଗତସିଂହପୁର, କେନ୍ଦ୍ରାପଡା, କନ୍ଧମାଳ ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । କେତେକ ସ୍ଥାନରେ ଘଡଘଡି ସହ ବର୍ଷା ହୋଇପାରେ ବୋଲି ଆଶଙ୍କା କରାଯାଉଛି ।

ସମୁଦ୍ରମଧ୍ୟକୁ ଯାଇଥିବା ମତ୍ସ୍ୟଜୀବୀଙ୍କୁ ଆସନ୍ତା ଡିସେମ୍ବର 2 ତାରିଖ ପୂର୍ବରୁ ଫେରିଆସିବାକୁ ପରାମର୍ଶ ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here