ଆଜି ଗଞ୍ଜାମରେ ପହଁଞ୍ଚି ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟ ହେଲଥ କାର୍ଡ ବାଣ୍ଟିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୨୨୮୨ କୋଟିର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାପରେ ମୁଖ୍ୟମନ୍ତ୍ରୀ ହିଞ୍ଜିଳିକାଟୁ ବୃନ୍ଦାବନ ସରକାରୀ ଉଚ୍ଚବିଦ୍ୟାଳୟରେ ପହଁଞ୍ଚିଥିଲେ । ହାଇସ୍କୁଲ ବୁଲି ଦେଖିବା ସହ ଶ୍ରେଣୀ ଗୃହରେ ଛାତ୍ରଛାତ୍ରୀଙ୍କ ସହ ସମୟ ଅତିବାହିତ କରିଛନ୍ତି ମୁଖ୍ୟମନ୍ତ୍ରୀ । ପିଲାଙ୍କ ସହ ବାର୍ତ୍ତାଳାପ କରିଛନ୍ତି । କିଭଳି ପାଠପଢ଼ା ହେଉଛି ପଚାରି ବୁଝିଛନ୍ତି ସେ । କ୍ଲାସରୁମରେ ପିଲାଙ୍କ ସହ କିଛି ସମୟ ବସିବା ପରେ ମୁଖ୍ୟମନ୍ତ୍ରୀ ଅତ୍ୟାଧୁନିକ ବିଜ୍ଞାନାଗାର ଓ ଲାଇବ୍ରେରୀ ବୁଲି ଦେଖିଥିଲେ ।

LEAVE A REPLY

Please enter your comment!
Please enter your name here