ଆଇଏଏସ ସ୍ତରରେ ବଡଧରଣର ଅଦଳବଦଳ କରିଛନ୍ତି ସରକାର । ଅତିରିକ୍ତ ମୁଖ୍ୟ ଶାସନ ସଚିବ ସଞ୍ଜିବ ଚୋପ୍ରାଙ୍କୁ କୃଷି ଉତ୍ପାଦନ କମିଶନର ଏପିସି ଦାୟିତ୍ବ ଦିଆଯାଇଛି । ସେହିପରି ଏପିସି ଥିବା ରାଜକୁମାର ଶର୍ମାଙ୍କୁ ସ୍ବାସ୍ଥ୍ୟ ବିଭାଗ ସଚିବ ଦାୟିତ୍ବ ଦିଆଯାଇଛି । ବିଷ୍ଣୁପଦ ସେଠୀଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ସଚିବ ପଦକୁ ବଦଳି କରାଯାଇଥିବା ବେଳେ ସତ୍ୟବ୍ରତ ସାହୁଙ୍କୁ ରାଜସ୍ବ ବିଭାଗ ମିଳିଛି । ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ସଚିବ ମଧୁସୂଦନ ପାଢୀଙ୍କୁ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ସଚିବ ପଦକୁ ବଦଳି କରାଯାଇଛି । ଶିଳ୍ପ ବିଭାଗ ପ୍ରମୁଖ ସଚିବ ହେମନ୍ତ ଶର୍ମାଙ୍କୁ ଇଡକୋ ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ବ ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here