ସୋରୋ ବସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ମୃତକଙ୍କ ପରିବାରକୁ ରାଜ୍ୟ ସରକାର ଦୁଇଲକ୍ଷ ଟଙ୍କା ଲେଖାଁଏ ଅନୁକମ୍ପା ରାଶି ଘୋଷଣା କରିଛନ୍ତି । ଏଥିସହିତ ଆହତ ବ୍ୟକ୍ତିଙ୍କୁ ଚିକିତ୍ସା କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
ଆଜି ମୟୁରଭଂଜ ଉଦଳାରୁ ଆସୁଥିବା ଯାତ୍ରିବାହୀ ବସ୍ ଶାନ୍ତିଲତା ସୋରୋ ନିକଟରେ ଅଟକି ଯାତ୍ରୀ ଓହ୍ଲାଉଥିବା ବେଳେ ପଛରୁ ଆସୁଥିବା ଏକ କୋଇଲା ବୋଝେଇ ଟ୍ରକ ଶାନ୍ତିଲତା ବସକୁ ଧକ୍କା ଦେଇଥିଲା । ଦୁର୍ଘଟଣାରେ 6 ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଛି । ସ୍ଥାନୀୟ ଲୋକେ ଓ ପୋଲିସ ପହଞ୍ଚି ଯାତ୍ରୀଙ୍କୁ ଉଦ୍ଧାର କରିବା ସହ ଆହତଙ୍କୁ ଚିକିତ୍ସା ପାଇଁ ହସପିଟାଲ ପଠାଇଥିଲା ।