ଚାଲିଛି ଦ୍ୱିତୀୟ ଦିନର ଭୋଟ୍ ଗଣତି । ଭୋଟ ବାକ୍ସରୁ ଖୋଲୁଛି ପ୍ରାର୍ଥୀଙ୍କ ଭବିଷ୍ୟତ, ଦ୍ୱିତୀୟ ଦିନରେ ୩୦୬ଟି ଜିଲ୍ଲା ପରିଷଦ ଆସନ ପାଇଁ ଚାଲିଛି ଭୋଟ୍ ଗଣତି । ତେବେ ଆସିଥିବା ଟ୍ରେଣ୍ଡ୍ ମୁତାବକ ବିଜେଡି 509ଟି ଜୋନରେ ଆଗୁଆ, ବିଜେପି 41 ଏବଂ କଂଗ୍ରେସ 30ଟି ଜୋନରେ ଆଗୁଆ ରହିଛନ୍ତି । ତେବେ ରାଜ୍ୟର ମୋଟ୍ ୮୫୧ ଜିଲ୍ଲା ପରିଷଦ ଆସନ ପାଇଁ ଚାଲିଛି ଗଣତି । ଅନ୍ୟପଟେ ଏଯାବତ୍ ୩୦୦ ଜିଲ୍ଲାପରିଷଦ ଜୋନର ଫଳାଫଳ ଆସି ସାରିଛି । ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟରୁ ଆସିଥିବା ତଥ୍ୟ ମୁତାବକ, ବିଜେଡି ୨୬୮ ଜୋନରେ ବିଜୟୀ ହୋଇଥିବାବେଳେ ୧୪ଟି ଜୋନରେ ବିଜେପି ଓ ୧୪ଟି ଜୋନରେ କଂଗ୍ରେସ ବାଜିମାତ୍ କରିଛନ୍ତି । ସେହିପରି ୨ଟି ଜୋନରେ ସ୍ୱାଧିନ ପ୍ରାର୍ଥୀ ଏବଂ ୨ଟି ଜୋନରେ ଅନ୍ୟାନ୍ୟ ଦଳର ପ୍ରାର୍ଥୀ ବିଜୟ ହାସଲ କରିଛନ୍ତି ।

LEAVE A REPLY

Please enter your comment!
Please enter your name here