୨୩ ସଂଧ୍ୟାରେ ବାତ୍ୟା ବାଂଲାଦେଶ ଉପକୂଳ ଛୁଇଁବ । କାଲି ସଂଧ୍ୟାରେ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ୧୯ ସୁଦ୍ଧା ଆଣ୍ଡାମାନ ସାଗରରେ ୱେଲମାର୍କ ଲୋ-ପ୍ରେସର ରୂପ ନେବ । କାଳକ୍ରମେ ଦିଗ ବଦଳାଇ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରିବ । ୨୦ରେ ଅବପାତ ଓ ୨୧ରେ ବାତ୍ୟାର ରୂପ ନେବା ସମ୍ଭାବନା ରହିଛି । ବାତ୍ୟା ଆକାରରେ ୨୩ ସଂଧ୍ୟାରେ ବାଂଲାଦେଶ ଉପକୂଳ ଅତିକ୍ରମ କରିବ । ଲଘୁଚାପ ଓ ସମ୍ଭାବ୍ୟ ବାତ୍ୟା ନେଇ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏହି ସୂଚନା ଦେଇଛନ୍ତି । ତେବେ ସେ କହିଛନ୍ତି ଓଡିଶା ଉପରେ ବାତ୍ୟାର କୌଣସି ପ୍ରଭାବ ପଡିବ ନାହିଁ କି ବର୍ଷା , ପବନ ହେବ ନାହିଁ ।

LEAVE A REPLY

Please enter your comment!
Please enter your name here