ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଛି ବିଜ୍ଞପ୍ତି । ରିଟର୍ଣ୍ଣିଂ ଅଫିସର ତଥା ଉପଜିଲ୍ଲାପାଳଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଆଜିଠାରୁ ୧୧ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ଦାଖଲ ହୋଇପାରିବ । ଆଇନଶୃଙ୍ଖଳା ରକ୍ଷା ଲାଗି ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଉଛି । ଉପନିର୍ବାଚନରେ ୨ ଲକ୍ଷ ୧୪ ହଜାର ୨୬୧ ଭୋଟର ମତାଧିକାର ସାବ୍ୟସ୍ତ କରିବେ । ମେ ୩୧ରେ ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ । ବିଜେଡି ବିଧାୟକ କିଶୋରଙ୍କ ମହାନ୍ତିଙ୍କ ଦେହାନ୍ତ ପରେ ଏହି ଆସନ ଖାଲି ପଡିଛି ।