Strong wind and rain from Cyclone Debbie is seen effecting trees at Airlie Beach, located south of the northern Australian city of Townsville, March 28, 2017. AAP/Dan Peled/via REUTERS

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ୯ ତାରିଖରୁ ସମୁଦ୍ର ଅଶାନ୍ତ ରହିବ । ଆସନ୍ତାକାଲିଠାରୁ ପବନର ବେଗ ବଢିବ । କାଲି ଘଣ୍ଟା ପ୍ରତି ୫୫ରୁ ୬୫ କିଲୋମିଟର ବେଗରେ ପବନ ବହିପାରେ । ଯାହାର ଝଟକା ୭୫ କିଲୋମିଟର ପର୍ଯ୍ୟନ୍ତ ହୋଇପାରେ । ୯ ତାରିଖରେ ଘଣ୍ଟା ପ୍ରତି ୬୫ରୁ ୭୫ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ୧୦ ତାରିଖ ବେଳକୁ ୮୦ରୁ ୯୦ କିଲୋମିଟର ବେଗରେ ପବନ ବହିପାରେ । ଏପରିକି ଏହାର ଝଟକା ୧୦୦ କିଲୋମିଟର ପର୍ଯ୍ୟନ୍ତ ହୋଇପାରେ ବୋଲି ପ୍ରାଥମିକ ଆକଳନ କରାଯାଉଛି । ୯ ତାରିଖ ଏବଂ ୧୦ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରର ଗଭୀର ସମୁଦ୍ର ମଧ୍ୟକୁ ଏବଂ ୧୦ ତାରିଖରେ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳକୁ ପ୍ରବେଶ ନେଇ ମତ୍ସଜୀବିମାନଙ୍କୁ ବାରଣ କରାଯାଇଛି । ଏଥିସହ ଗଭୀର ସମୂଦ୍ରକୁ ଯାଇଥିବା ମତ୍ସଜୀବି ମାନଙ୍କୁ ଯଥାଶୀଘ୍ର ଉପକୂଳକୁ ଫେରିଆସିବାକୁ ପରାମର୍ଶ ଦିଆଯାଇଛି । ଆସନ୍ତା ୧୦ ତାରିଖ ଦିନ ସମ୍ଭାବ୍ୟ ବାତ୍ୟା ଆନ୍ଧ୍ର ଓଡିଶା ଉପକୂଳ ଠାରୁ ୨୦୦ରୁ ୩୦୦ କିଲୋମିଟର ଦୂରରେ ରହିଥିବବୋଲି ପ୍ରାଥମିକ ଭାବେ ଆକଳନ କରାଯାଇଛି । ଏହାର ପ୍ରଭାବରେ ରାଜ୍ୟରେ ୧୦ ତାରିଖ ଦିନ ବର୍ଷା ହେବ । ଗଞ୍ଜାମ, ପୁରୀ, ଜଗତସିଂହପୁର ଏବଂ ଖୋର୍ଦ୍ଧା ଜିଲ୍ଲାର ଗୋଟିଏ ଏବଂ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଏଥିସହ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ ଏବଂ ଉତ୍ତର ଉପକୂଳ ଓଡିଶାରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ । ୧୦ ତାରିଖ ଏବଂ ୧୧ ତାରିଖରେ ସାରା ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି ।

LEAVE A REPLY

Please enter your comment!
Please enter your name here