ବାବୁଶାନ-ତୃପ୍ତି କଳିକୁ ନେଇ ମୁଁହ ଖୋଲିଲେ ଅପରାଜିତା ମହାନ୍ତି । ବାବୁଙ୍କୁ ବହୁତ ସମୟ ଫୋନ କଲ ଆସେ!କେବଳ ସେତିକି ନୁହେଁ ବ୍ଲାକମେଲ୍ କରାଯାଉଥିବା ବାବୁସାନ୍ ଘରେ ଜଣାଇଥିଲେ । ବାବୁସାନ ବହୁତ ଭଲ ପିଲା ଓ ସ୍ନେହୀ । ଯିଏ ପ୍ରକୃତ ବନ୍ଧୁ ହୋଇଥିବ କାହାର ଅନିଷ୍ଟ କରିବନି । ଯାହାର ସ୍ୱାର୍ଥ ଥିବ ସେ ଅନିଷ୍ଟ ଚିନ୍ତା କରିବ । କୋଭିଡ୍ ସମୟରେ ଘରଠୁ ଦୂରେଇ ରହିଥିଲା ବାବୁ । କୋଭିଡ୍ ବେଳେ ଖରାପ ସଙ୍ଗରେ ପଡିଥିଲା । ଆକ୍ଟିଂ, ଗୀତ, ଇଣ୍ଡଷ୍ଟ୍ରୀ କହିଲେ ତାର ଜୀବନ । କଲ୍ ରେକର୍ଡ ଯାଞ୍ଚ ହେଲେ ସତ ସାମ୍ନାକୁ ଆସିବ । କିଏ ତାକୁ କଲ୍ କରୁଥିଲା ସତ ପଦାକୁ ଆସିବ । ତାର ଚରିତ୍ର ବଦଳିଛି, ସେ ଡିପ୍ରେସନରେ ରହୁଛି । ମୋ ପୁଅ ତାର ସ୍ତ୍ରୀ ଓ ପିଲାଙ୍କ ପାଖକୁ ପଳାଇ ଆସୁ । ୨ରୁ ୩ଜଣ ନାରୀ ଚରିତ୍ର ଜୀବନକୁ ଆସିବା ପରେ ଅଶାନ୍ତି ସୃଷ୍ଟି ହୋଇଛି । ଅନ୍ୟର ପ୍ରରୋଚନାରେ ପଡି ଘର ଲୋକଙ୍କୁ ଭୁଲ ବୁଝେନି ବୋଲି ମାଆ ଅପରାଜିତା ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି । ପରିବାର ଲୋକ ସବୁବେଳେ ବାବୁସାନ୍ ସହିତ ରହିଛନ୍ତି ।

LEAVE A REPLY

Please enter your comment!
Please enter your name here