ମନ୍ତ୍ରୀ ନବ କିଶୋର ଦାସଙ୍କୁ ଗୁଳି କରି ହତ୍ୟା କରାଯିବା ଘଟଣାରେ କଂଗ୍ରେସ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଇସ୍ତଫା ଦାବି କରିଛି । ଜଣେ ପୋଲିସ ଅଧିକାରୀ ମନ୍ତ୍ରୀଙ୍କୁ ଗୁଳି କରି ହତ୍ୟା କରିବା ଘଟଣା ପାଇଁ ମୁଖ୍ୟମନ୍ତ୍ରୀ ଦାୟୀ ବୋଲି କଂଗ୍ରେସ କହିଛି । ମୁଖ୍ୟମନ୍ତ୍ରୀ ନିଜେ ଗୃହ ବିଭାଗର ମନ୍ତ୍ରୀ ହିସାବରେ ନବଙ୍କ ମୃତ୍ୟୁ ପାଇଁ ନୈତିକ ଭାବେ ଦାୟୀ । ସରକାର ଜଣେ ମନ୍ତ୍ରୀଙ୍କୁ ସୁରକ୍ଷା ନ ଦେଇ ପାରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଘଟଣା ବୋଲି ପିସିସି ସଭାପତି ଶରତ ପଟ୍ଟନାୟକ କହିଛନ୍ତି ।

ମନ୍ତ୍ରୀ ନବି କିଶୋର ଦାସଙ୍କୁ ଗତକାଲି ପୋଲିସ ଏଏସଆଇ ଗୋପାଳ ଦାସ ଗୁଳି କରି ହତ୍ୟା କରିବା ପରେ ମୁଖ୍ୟମନ୍ତ୍ରୀ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ ।

LEAVE A REPLY

Please enter your comment!
Please enter your name here