ରାତି ପାହିଲେ ମହାପ୍ରଭୁ୍ଙ୍କ ନବ ଯୌବନ ଦର୍ଶନ । ଜ୍ବରରେ ପୀଡିତ ଚତୁର୍ଦ୍ଧାମୂର୍ତ୍ତି ସୁସ୍ଥ ହୋଇସାରିଥିବାରୁ ଦର୍ଶନ ପାଇଁ ବ୍ୟାକୁଳ ଭକ୍ତ ରାତି ପାହିଲେ ମହାପ୍ରଭୁଙ୍କ ଦର୍ଶନ କରିବ । ହଜାର ହଜାର ଭକ୍ତଙ୍କ ସମାଗମ ହେବ । ଏହାକୁ ଦୃଷ୍ଟିରେ ରଖି ଶ୍ରୀଜୀଉଙ୍କ ଦର୍ଶନ ନିମନ୍ତେ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ଭକ୍ତମାନେ ଶୃଙ୍ଖଳିତ ଭାବେ ଧାଡିରେ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବା ପାଇଁ ପଦକ୍ଷେପ ନିଆଯାଇଛି । ମଙ୍ଗଳବାର ରଥଯାତ୍ରା ପାଇଁ ମଧ୍ୟ ପ୍ରସ୍ତୁତି ଶେଷ ହୋଇଛି । ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମକୁ ଶୃଙ୍ଖଳିତ ନିୟନ୍ତ୍ରିତ କରିବା ପାଇଁ ଜିଲ୍ଲା ପ୍ରଶାସନ ପ୍ରସ୍ତୁତ ହୋଇଛି । ବଡଦାଣ୍ଡରେ ଟ୍ରାଫିକ ନିୟନ୍ତ୍ରଣ ପାଇଁ ପଦକ୍ଷେପ ନିଆଯାଇଛି । ସୁରକ୍ଷା ବ୍ୟବସ୍ଥା ପାଇଁ ପୁରୀରେ 170 ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି । ତେବେ ଗାଡି ପାର୍କିଂ, ଟ୍ରାଫିକ କଟକଣା ଭଳି ନିୟମ ଆସନ୍ତାକାଲି ଠାରୁ ଲାଗୁ କରିବାକୁ ପ୍ରଶାସନ ନିଷ୍ପତ୍ତି ନେଇଛି ।