ଇଂଫା ପକ୍ଷରୁ ପ୍ରତିବର୍ଷ ପ୍ରଦାନ କରାଯାଉଥିବା ଶାରଳା ପୁରସ୍କାର ଚଳିତବର୍ଷ ଲୋକପ୍ରିୟ କଥାକାର ଭୀମ ପୃଷ୍ଟିଙ୍କୁ ପ୍ରଦାନ କରାଯିବ । ପୁରସ୍କାର ବାବଦରେ ପାଞ୍ଚଲକ୍ଷ ଟଙ୍କା ଓ ମାନପତ୍ର ପ୍ରଦାନ କରାଯିବ । ଶ୍ରେଷ୍ଠ ସାହିତ୍ୟ କୃତି ପାଇଁ ଇଂଫା ପ୍ରତିବର୍ଷ ଏହି ପୁରସ୍କାର ପ୍ରଦାନ କରିଆସୁଛି । 2017 ମସିହାରେ ଏହି ପୁସ୍ତକ ପ୍ରକାଶିତ ହୋଇଥିଲା । ସେହିପରି କଳା କ୍ଷେତ୍ରରେ ଜୀବନବ୍ୟାପୀ ସାଧନା ପାଇଁ ଇଲା-ବଂଶୀଧର ପଣ୍ଡା କଳା ସମ୍ମାନ ପ୍ରଦାନ କରାଯାଉଛି । ଚଳିତବର୍ଷ ଏହି ସମ୍ମାନ ପଟ୍ଟଚିତ୍ର ପାଇଁ ଶିଳ୍ପୀ ଗୁରୁ ବେଣୁଧର ମହାପାତ୍ର ଓ ପ୍ରସିଦ୍ଧ ବଂଶୀବାଦକ ଗୁରୁ ମୋହିନୀ ମୋହନ ପଟ୍ଟନାୟକଙ୍କୁ ପ୍ରଦାନ କରାଯିବ । ପୁରସ୍କାର ବାବଦରେ ଉଭୟଙ୍କୁ ଦୁଇଲକ୍ଷ ଟଙ୍କାର ଅର୍ଥରାଶି ସହ ମାନପତ୍ର ଓ ଫଳକ ପ୍ରଦାନ କରାଯିବ । ଆସନ୍ତା ଅକ୍ଟୋବର 26 ତାରିଖରେ ଇଂଫା ପକ୍ଷରୁ ଆୟୋଜିତ ଏକ ବର୍ଣ୍ଣାଢ୍ୟ ସମାରୋହରେ ଏହି ସମ୍ମାନ ପ୍ରଦାନ କରାଯିବ ।

LEAVE A REPLY

Please enter your comment!
Please enter your name here