ଜନତା ମଇଦାନରେ ଆୟୋଜିତ ବର୍ଣ୍ଣାଢ୍ୟ ଶପଥ ଗ୍ରହଣ ଉତ୍ସବରେ ଆଜି ଶପଥ ଗ୍ରହଣ କରିଛନ୍ତି ବିଜେପି ସରକାର । ରାଜ୍ୟପାଳ ରଘୁବର ଦାସ ମୁଖ୍ୟମନ୍ତୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ଭାବେ କନକ ବର୍ଦ୍ଧନ ସିହଂଦେଓ ଓ ପ୍ରଭାତୀ ପରିଡା ଏବଂ ମନ୍ତ୍ରୀମଣ୍ଡଳ ସଦସ୍ୟଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜନାଥ ସିଂ, ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଏହି ଶପଥ ଗ୍ରହଣ ଉତ୍ସବ ଆୟୋଜନ କରାଯାଇଥିଲା । ଆଜି ଶପଥ ଗ୍ରହଣ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ମନ୍ତ୍ରୀମଣ୍ଡଳରେ କ୍ୟାବିନେଟ ମନ୍ତ୍ରୀ ଭାବେ ସୁରେଶ ପୂଜାରୀ, ରବି ନାରାୟଣ ନାୟକ, ନିତ୍ୟାନନ୍ଦ ଗଣ୍ଡ, କୃଷ୍ଣଚନ୍ଦ୍ର ପାତ୍ର, ପୃଥ୍ବୀରାଜ ହରିଚନ୍ଦନ, ମୁକେଶ ମହାଲିଙ୍ଗ, ବିଭୂତି ଭୂଷଣ ଜେନା, ଡକ୍ଟର କୃଷ୍ଣଚନ୍ଦ୍ର ମହାପାତ୍ର ଶପଥ ଗ୍ରହଣ କରିଛନ୍ତି । ସେହିପରି ରାଷ୍ଟ୍ରମନ୍ତ୍ରୀ (ସ୍ବାଧୀନ) ଭାବେ ଗଣେଶରାମ ସିଂ ଖୁଣ୍ଟିଆ, ସୂର୍ଯ୍ୟବଂଶୀ ସୂରଜ, ପ୍ରଦୀପ ବଳ ସାମନ୍ତ, ଗୋକୁଳାନନ୍ଦ ମଲ୍ଲିକ ଓ ସଂପଦ ଚନ୍ଦ୍ର ସ୍ବାଇଁ ଶପଥ ଗ୍ରହଣ କରିଛନ୍ତି ।
ଜୟଦେବ ବିହାର ଚକଠାରୁ ଜନତା ମଇଦାନ ପର୍ଯ୍ୟନ୍ତ ହଜାର ହଜାର ଲୋକଙ୍କ ସୁଅ ଛୁଟିଥିଲା । ଭାରତ ମାତା କୀ ଜୟ, ଜୟ ଶ୍ରୀରାମ ଧ୍ବନୀରେ ସାରା ସହର ପ୍ରକମ୍ପିତ ହୋଇଉଠିଥିଲା ।

LEAVE A REPLY

Please enter your comment!
Please enter your name here