ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ବିଶିଷ୍ଟ ଅର୍ଥନୀତିଜ୍ଞ ମନମୋହନ ସିଂହ ଆଉ ନାହାଁନ୍ତି । 92 ବର୍ଷ ବୟସରେ ତାଙ୍କର ପରଲୋକ ହୋଇଯାଇଛି । ଆଜି ସଂଧ୍ୟାରେ ତାଙ୍କୁ ନୂଆଦିଲ୍ଲୀସ୍ଥିତ ଏମ୍ସରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା । ଏମର୍ଜେନ୍ସି ବିଭାଗରେ ତାଙ୍କର ଚିକିତ୍ସା ଚାଲିଥିବା ବେଳେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆର ଗଭର୍ଣ୍ଣର ଭାବେ ସଫଳତାର ସହ କାର୍ଯ୍ୟ କରିଥିବା ଶ୍ରୀ ସିଂହ 1991ରେ ତତକାଳୀନ ପ୍ରଧାନମନ୍ତ୍ରୀ ପି.ଭି. ନରସିଂହରାଓଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ । ସେତେବେଳେ ସେ ଦେଶର ଦୁର୍ବଳ ଅର୍ଥନୀତିକୁ ସୁଧାରିବା ଦିଗରେ ଉଲ୍ଲେଖନୀୟ ପଦକ୍ଷେପ ନେଇ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ପରେ ସେ 2004 ରୁ 2014 ପର୍ଯ୍ୟନ୍ତ ସେ ପ୍ରଧାନମନ୍ତ୍ରୀ ଭାବେ କାର୍ଯ୍ୟ ନିର୍ବାହ କରିଥିଲେ । ସେ ଦେଶର ଏକମାତ୍ର ପ୍ରଧାନମନ୍ତ୍ରୀ, ଯିଏ ରାଜ୍ୟସଭାରୁ ପ୍ରତିନିଧିତ୍ବ କରୁଥିଲେ ।

LEAVE A REPLY

Please enter your comment!
Please enter your name here