ଅହମଦାବାଦ ବିମାନ ଦୁର୍ଘଟଣାରେ ଆସିଲା ପ୍ରାଥମିକ ରିପୋର୍ଟ । ଭାରତୀୟ ବିମାନ ଦୁର୍ଘଟଣା ତଦନ୍ତ ବ୍ୟୁରୋ AAIBର ରିପୋର୍ଟ ସାମ୍ନାକୁ ଆସିଛି । ରିପୋର୍ଟରେ ଆଶ୍ଚର୍ଯ୍ୟ କଲା ଭଳି ତଥ୍ୟ ରହିଛି । ଯାହାକି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏୟାର ଇଣ୍ଡିଆର ବୋଇଂ ୭୮୭ ବିମାନଟି ଅହମ୍ମଦାବାଦରେ ଉଡ଼ାଣ ଭରିବାର କିଛି ସେକେଣ୍ଡ ପରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା।

AAIB ରିପୋର୍ଟ ଅନୁଯାୟୀ, ବିମାନଟି ଠିକ୍ ଭାବରେ ଉଡ଼ାଣ ଭରିଥିଲା। ଏହା ପରେ, ସବୁକିଛି ସ୍ୱାଭାବିକ ଥିଲା ଏବଂ ଏହା ଆବଶ୍ୟକ ଉଚ୍ଚତାରେ ମଧ୍ୟ ପହଞ୍ଚିଥିଲା। କିନ୍ତୁ ତା ପରେ ଇଞ୍ଜିନକୁ ଇନ୍ଧନ ମିଳିବା ବନ୍ଦ ହୋଇଗଲା। ଯେଉଁ କାରଣରୁ ବିମାନଟି ଉଠିବାକୁ ଆଉ ଶକ୍ତି ପାଇପାରିଲା ନାହିଁ । ତାପରେ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା।
ରିପୋର୍ଟରେ ଉଡ଼ାଣର ଦୁଇ ପାଇଲଟ୍ ସୁମିତ ସବରୱାଲ ଏବଂ ସହ-ପାଇଲଟ୍ କ୍ଲାଇଭ୍ କୁନ୍ଦରଙ୍କ ମଧ୍ୟରେ ହୋଇଥିବା କଥାବାର୍ତ୍ତା ପ୍ରକାଶ ପାଇଛି । ଇଞ୍ଜିନ୍ କାହିଁକି ବନ୍ଦ ହୋଇଗଲା ଏବେ ଏହା ସବୁଠାରୁ ବଡ଼ ପ୍ରଶ୍ନ । ରିପୋର୍ଟରୁ ଜଣାପଡୁଛି ଯେ ଏହା ଏକ ଯାନ୍ତ୍ରିକ ତ୍ରୁଟି ହୋଇପାରେ । ତଥାପି ଏଥିରେ ମାନବଜନିତ ତ୍ରୁଟି ହେବାର ମଧ୍ୟ ସମ୍ଭାବନା ରହିଛି । ବିମାନ ଦୁର୍ଘଟଣାର ଏକ ବିସ୍ତୃତ ତଦନ୍ତ ଏବେ ଚାଲିଛି । ବର୍ତ୍ତମାନ ଉଭୟ ଇଞ୍ଜିନ କିପରି ଆପେ ଆପେ ବନ୍ଦ ହୋଇଗଲା ତାହା ତଦନ୍ତ କରାଯାଉଛି ।

LEAVE A REPLY

Please enter your comment!
Please enter your name here