ଉଚ୍ଚ ଶିକ୍ଷା ବିଭାଗର ଇନଷ୍ଟା ଆକାଉଣ୍ଟ ହ୍ୟାକ୍ ହୋଇଥିବା ଅଭିଯୋଗ । ପେଜ୍‌ରେ କେହି ଅଶ୍ଳୀଳ ଭିଡିଓ ଅପଲୋଡ୍ କରି ଦେଇଥିବା ଅଭିଯୋଗ ହୋଇଛି । ତେବେ କିଏ ହ୍ୟାକର ତାହା ଏବେ ଯାଏଁ ସ୍ପଷ୍ଟ ହୋଇନି । ସେନେଇ ଏବେବି ତଦନ୍ତ ଚାଲିଛି।
ସେପଟେ ରେଭେନ୍ସା ବିଶ୍ବବିଦ୍ୟାଳୟ ୱେବ୍‌ସାଇଟ୍‌ ହ୍ୟାକ୍ । ବିଶ୍ବବିଦ୍ୟାଳୟ ୱେବ୍‌ସାଇଟ୍‌କୁ କ୍ଲିକ୍‌ କଲେ ଏକ ବେଟିଂ ସାଇଟ୍‌ ଖୋଲୁଛି । ମୋବାଇଲ୍‌ରେ ୱେବ୍‌ସାଇଟ୍‌ ଖୋଲିଲେ ‘ବେଣ୍ଟୋ-ଫୋର୍‌ ଡି’ ପରି ଏକ ବେଟିଂ ପ୍ଲାଟ୍‌ଫର୍ମ ଖୋଲୁଛି । ଯାହା ପୂର୍ବରୁ ଦେଖିବାକୁ ମିଳୁ ନ ଥିଲା । ଏହାକୁ କ୍ଲିକ୍‌ କଲେ ବିଶ୍ବବିଦ୍ୟାଳୟର କୌଣସି ତଥ୍ୟ ଆସୁ ନାହିଁ । ‌ରେଭେନ୍ସା ୱେବ୍‌ସାଇଟ୍‌ରୁ ସାର୍ଟିଫିକେଟ୍‌ ଡାଉନ୍‌ଲୋଡ୍‌ ନେଇ କୌଣସି କାମ କରି ହେଉନଥିବା ଅଭିଯୋଗ ହୋଇଛି । କେମିତି ୱେବସାଇଟ୍ ହ୍ୟାକ୍ ହେଲା ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ।

LEAVE A REPLY

Please enter your comment!
Please enter your name here