୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ପ୍ରମୁଖ ମୋହନ ଭାଗବତ । ଗତକାଲି ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା । ମୋହନ ଭାଗବତ ଶ୍ରୀ ଗୌଡୀୟ ମିଶନ ନିମନ୍ତ୍ରଣ କ୍ରମେ ଓଡିଶା ଆସୁଛନ୍ତି । ଭୁବନେଶ୍ୱରରେ ପହଁଞ୍ଚିବା ପରେ ଉତ୍କଳ ବିପନ୍ନ ସହାୟତା ସମିତିରେ ଅବସ୍ଥାନ କରିଛନ୍ତି ।
ଆଜି କଟକର ଜବାହାରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମରେ ଆୟୋଜିତ ଗୌଡୀୟ ବୈଷ୍ଣବ ସମ୍ମିଳନୀରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦବୋଧନ ଦେବେ। ପରେ ସନ୍ଧ୍ୟାବେଳେ ପୁରୀ ପହଞ୍ଚି, ଶ୍ରୀଜଗନ୍ନାଥଙ୍କ ଦର୍ଶନ ସହ ଗୋବର୍ଦ୍ଧନ ପୀଠାଧୀଶ ପୂଜ୍ୟ ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀଙ୍କୁ ସାକ୍ଷାତ କରିବେ। ୧୫ ତାରିଖରେ ଓଡିଶାରୁ ପ୍ରସ୍ଥାନ କରିବାର କାର୍ଯ୍ୟକ୍ରମ ରହିଛି।














