ମୟୁରଭଞ୍ଜ ଜାମଦାରର ନିଲମ୍ବିତ ତହସିଲଦାର ମଧୁସ୍ମିତା ସିଂଙ୍କୁ ଗିରଫ କରିଛି ଅର୍ଥନୈତିକ ଅପରାଧ ଶାଖା। ଝାରସୁଗୁଡା ବେଲପାହାଡ଼ ମ୍ୟୁନିସିପାଲଟିରେ ମଧୁସ୍ମିତା କାର୍ଯ୍ୟନିର୍ବାହୀ ଅଧିକାରୀ ଥିବା ବେଳେ ସେଠାରେ ୪ କୋଟି ଟଙ୍କାର ଅର୍ଥ ହେରଫେର କରିଥିବା ନେଇ ଅଭିଯୋଗ ହୋଇଥିଲା। ତାଙ୍କୁ ମଙ୍ଗଳବାର ପୋଲିସ ଗିରଫ କରିଛି ।ଝାରସୁଗୁଡା ବେଲପାହାଡ଼ ମ୍ୟୁନିସିପାଲଟିରେ କାର୍ଯ୍ୟନିର୍ବାହୀ ଅଧିକାରୀ ଥିବା ସମୟରେ ସେଠାରେ ଷ୍ଟ୍ରିଟ୍ ଲାଇଟ୍ ପ୍ରୋଜେକ୍ଟ ସହିତ ଅନ୍ୟାନ୍ୟ କାର୍ଯ୍ୟରେ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଥିଲା । ଗତ ୨୭ ତାରିଖରେ ମାମଲା ଇଓଡବ୍ଲୁ ହସ୍ତାନ୍ତର ହେବା ପରେ ୩୦ ତାରିଖରେ ସୁଶ୍ରୀ ସିଂଙ୍କୁ ରାଜ୍ୟ ସରକାରଙ୍କ ରାଜସ୍ବ ବିଭାଗ ପକ୍ଷରୁ ନିଲମ୍ବନ କରାଯାଇଥିଲା। ଏହି ଦୁର୍ନୀତି ମାମଲାରେ ଆଜି ତାଙ୍କୁ ଗିରଫ କରାଯାଇଛି। ବେଲପାହାଡ଼ ମ୍ୟୁନିସିପାଲଟି ଦୁର୍ନୀତି ଘଟଣାରେ ଇଓଡବ୍ଲ୍ୟୁ ପକ୍ଷରୁ ତଦନ୍ତ ଜାରି ରହିଛି। କେବଳ ପୂର୍ବତନ ନିର୍ବାହୀ ଅଧିକାରୀଙ୍କ ସମୟରେ ନୁହେଁ ବରଂ ଏବେର ନିର୍ବାହୀ ଅଧିକାରୀ ଗୌରବ ଚନ୍ଦ୍ର ପ୍ରଧାନଙ୍କ ସମୟରେ ମଧ୍ୟ ୨ କୋଟିରୁ ଅଧିକ ଟଙ୍କାର ପେମେଣ୍ଟ ହୋଇଥିବା ଘଟଣା ଜଣାପଡ଼ିଛି।

LEAVE A REPLY

Please enter your comment!
Please enter your name here