ଓଡ଼ିଆ ଛାତ୍ରୀଙ୍କୁ ପଶ୍ଚିମବଙ୍ଗରେ ଘଟିଥିବା ଗଣଦୁଷ୍କର୍ମ ଘଟଣାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ନିନ୍ଦା କରିଛନ୍ତି। ସେ କହିଛନ୍ତି, ଏହି ଅପରାଧ ଅତ୍ୟନ୍ତ ନିନ୍ଦନୀୟ ଓ ପୀଡ଼ାଦାୟକ, ଏବଂ ଅଭିଯୁକ୍ତମାନଙ୍କ ବିରୋଧରେ କଠୋର ଓ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ହେବା ଉଚିତ୍। ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହି ଖବର ଶୁଣି ମୁଁ ଗଭୀର ଭାବେ ମର୍ମାହତ। ଏହି ସମ୍ବେଦନଶୀଳ ଘଟଣାରେ ଅଭିଯୁକ୍ତମାନଙ୍କ ବିରୋଧରେ ଆଇନ ଅନୁଯାୟୀ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ମୁଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଦୃଢ଼ ଦାବି ଜଣାଉଛି। ମୁଁ ପୀଡ଼ିତାଙ୍କ ଆଶୁ ଆରୋଗ୍ୟ କାମନା କରୁଛି। ଏହା ସହ ପଶ୍ଚିମବଙ୍ଗର ସରକାରଙ୍କୁ ଯୋଗାଯୋଗ କରି ଆବଶ୍ୟକ ପଦକ୍ଷେପ ନେବା ପାଇଁ ମୁଁ ବରିଷ୍ଠ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛି। ପରିବାରବର୍ଗଙ୍କୁ ଓଡ଼ିଶା ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକାର ସହାୟତା ପ୍ରଦାନ କରାଯିବ। ପଶ୍ଚିମବଙ୍ଗର ଦୁର୍ଗାପୁରଠାରେ ଜଣେ ଓଡ଼ିଆ ଛାତ୍ରୀଙ୍କ ସହ ଘଟିଥିବା ଦୁର୍ଭାଗ୍ୟଜନକ ଗଣଦୁଷ୍କର୍ମ ଘଟଣା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡ଼ାଦାୟକ।

LEAVE A REPLY

Please enter your comment!
Please enter your name here