ନୂଆପଡ଼ା ଉପନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ ଆଜି ଶେଷ ହୋଇଛି। ଶେଷ ତାରିଖ ସୁଦ୍ଧା ନୂଆପଡ଼ାର ଉପ ନିର୍ବାଚନ ପାଇଁ ସମୁଦାୟ ୧୯ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନାମାଙ୍କନ ଭରିଥିବା ପ୍ରାର୍ଥୀଙ୍କ ମଧ୍ୟରେ ୧୧ ସ୍ବାଧୀନ ପ୍ରାର୍ଥୀ ରହିଛନ୍ତି। ତେବେ ନିର୍ବାଚନରେ ବିଜେପି, ବିଜେଡି ଓ କଂଗ୍ରେସ ମଧ୍ୟରେ ତ୍ରିକୋଣୀୟ ମୁକାବିଲା ହେବାକୁ ଯାଉଛି। ଇସିଆଇ ଅନୁଯାୟୀ, ଅକ୍ଟୋବର ୨୨ରେ ପ୍ରାର୍ଥୀପତ୍ର ଯାଞ୍ଚ ଏବଂ ଅକ୍ଟୋବର ୨୪ ତାରିଖ ହେଉଛି ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ। ନଭେମ୍ବର ୧୧ ତାରିଖରେ ମତଦାନ ଏବଂ ୧୪ରେ ଭୋଟ୍ ଗଣତି ହେବ। ବିଜୁ ଜନତା ଦଳର ସ୍ନେହାଙ୍ଗିନୀ ଛୁରିଆ, ଭାରତୀୟ ଜନତା ଦଳର ଜୟ ଢୋଲକିଆ ଓ କଂଗ୍ରେସ ପକ୍ଷରୁ ଘାସିରାମ ମାଝୀ, ସମାଜବାଦୀ ପାର୍ଟିର ରମାକାନ୍ତ ହାତୀ, ବହୁଜନ ମୁକ୍ତି ପାର୍ଟିର ହେମନ୍ତ ତାଣ୍ଡି, ବହୁଜନ ସମାଜ ପାର୍ଟିର ରାଜା ରାମ ସାହୁ, ଓଡ଼ିଶା ଜନତା ଦଳର ଶୁକଧର ଦଣ୍ଡସେନା, ରାଷ୍ଟ୍ରୀୟ ପରିବର୍ତ୍ତନ ଦଳର ସୀତାରାମ ବେହେରା ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ୧୧ ସ୍ବାଧୀନ ପ୍ରାର୍ଥୀ ହେଉଛନ୍ତି ଆଶ୍ରୟ ମହାନନ୍ଦ, ଇ.ଚକ୍ରାନ୍ତ ଜେନା, ପୁରୁଷୋତ୍ତମ ବେହେରା,କମଲ କୁମାର ଛତ୍ରିଆ, ଭୁବନଲାଲ ସାହୁ,ଲୋଚନ ମାଝୀ, ଭୁଜବଳ ଆଡ଼ବଙ୍ଗ, କିଶୋର କୁମାର ବାଗ,ଭକ୍ତ ବନ୍ଧୁ ଧରୁଆ, ନୀତା ବାଗ ଏବଂ ଲକ୍ଷ୍ମୀ କାନ୍ତ ତାଣ୍ଡି। ବିଜେଡି , ବିଜେପି ଓ କଂଗ୍ରେସ ମଧ୍ୟରେ କଡ଼ା ଟକ୍କର ହେବାକୁ ଯାଉଛି।














