ପୋଲିସ SI ନିଯୁକ୍ତି ଦୁର୍ନୀତି ଘଟଣାକୁ CBI କୁ ହସ୍ତାନ୍ତର କରିବାକୁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି।ଦୁର୍ନୀତିରେ ଆନ୍ତଃରାଜ୍ୟ ସଂଗଠିତ କ୍ରିମିନାଲ ଗ୍ୟାଙ୍ଗର ସଂପୃକ୍ତି ସନ୍ଦେହକୁ ଦୃଷ୍ଟିରେ ରଖି ଦୁର୍ନୀତିର ସଂପୂର୍ଣ୍ଣ ପର୍ଦ୍ଦାଫାସ୍ ପାଇଁ CBIକୁ ହସ୍ତାନ୍ତର କରିବାକୁ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ । ଦୁର୍ନୀତିର ପର୍ଦ୍ଦାଫାସ କରି ଦୋଷୀଙ୍କୁ ଦଣ୍ଡ ଦେବା ଉଦ୍ଦେଶ୍ୟରେ ଏହା କରାଯାଇଛି। ଓଡିଶା ପୋଲିସ ସବ୍ଇନ୍ସପେକ୍ଟର ନିଯୁକ୍ତି ପରୀକ୍ଷାରେ ଅନିୟମିତତା ଓ ଦୁର୍ନୀତି ଅଭିଯୋଗ ଉଠିଥିଲା। ଏହାର ତଦନ୍ତ ଦାୟିତ୍ଵ କ୍ରାଇମବ୍ରାଞ୍ଚ ସି.ଆଇ.ଡିକୁ ଦିଆଯାଇଥିଲା। ତଦନ୍ତର ପ୍ରାରମ୍ଭିକ ଫଳାଫଳରୁ ଜଣାପଡ଼ିଛି ଯେ ଏହି ଦୁର୍ନୀତି ଚକ୍ର ଓଡିଶା ସୀମା ଛାଡ଼ି ଆନ୍ଧ୍ରପ୍ରଦେଶ, ପଶ୍ଚିମବଙ୍ଗ ଓ ଅନ୍ୟ ରାଜ୍ୟକୁ ମଧ୍ୟ ବ୍ୟାପି ଥାଇପାରେ। ଏହି ମାମଲାରେ ଆନ୍ତଃରାଜ୍ୟ ସଂଗଠିତ ଅପରାଧୀ ଗ୍ୟାଙ୍ଗର ସଂପୃକ୍ତି ଥିବା ମଧ୍ୟ ଜଣାପଡ଼ିଛି। ଏହି ଦୁର୍ନୀତି ମାମଲାର ସମ୍ପୂର୍ଣ ପର୍ଦ୍ଦାଫାସ୍ କରିବା ପାଇଁ ଏଥିରେ ସଂପୃକ୍ତ ସମସ୍ତ ଅପରାଧୀ ମାନଙ୍କୁ ଶାସ୍ତି ଦେବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ଏହାର ତଦନ୍ତ ଭାର ସି.ବି.ଆଇକୁ ହସ୍ତାନ୍ତର କରିବାକୁ ନିଷ୍ପତ୍ତି ନେଇଛନ୍ତି।














