ନୂଆପଡ଼ା ଉପନିର୍ବାଚନ ଜିତିବା ପାଇଁ ବିଭିନ୍ନ ଦଳର ପ୍ରାର୍ଥୀମାନେ ଜୋରଦାର ପ୍ରୟାସ ଆରମ୍ଭ କରିସାରିଲେଣି । ସମସ୍ତ ଦଳ ମଧ୍ୟ ନିଜ ନିଜର ସ୍ବତନ୍ତ୍ର ରଣନୀତି ପ୍ରସ୍ତୁତ କରିଛନ୍ତି । ନୂଆପଡ଼ା ଉପନିର୍ବାଚନ ପାଇଁ ୮ ଜଣ ମନ୍ତ୍ରୀଙ୍କୁ ୮ଟି ଜୋନ୍ ଦାୟିତ୍ବ ଦେଲା ବିଜେପି । ବଞ୍ଜରୀ ଦାୟିତ୍ବରେ ରହିବେ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ । ସୁନାଦେଇ ଜୋନ୍ ଦାୟିତ୍ବରେ ରହିବେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ । ପାତାଳେଶ୍ୱର ପାଇଁ ମତ୍ସ୍ଯ ଓ ପଶୁସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ଜୟଜଂଘା ପାଇଁ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, କୋନାଭଇରା ପାଇଁ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ଯୋଗେଶ୍ୱର ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ନୂଆପଡ଼ା ଏନଏସି ପାଇଁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଓ ଖରିଆର ରୋଡ଼ ଏନଏସି ପାଇଁ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କୁ ଦାୟିତ୍ବ ମିଳିଛି।ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଯାଞ୍ଚ ସରିଛି । ୧୯ ଆଶାୟୀପ୍ରାର୍ଥି ମଧ୍ୟରୁ ୫ ଜଣଙ୍କ ପ୍ରାର୍ଥିପତ୍ର ନାକଚ ହୋଇଛି । ୬ ଜଣ ଦଳୀୟ ଓ ୮ଜଣ ଜଣ ସ୍ବାଧୀନ ପ୍ରାର୍ଥୀଙ୍କୁ ମିଶାଇ ସମୁଦାୟ ୧୪ ଜଣଙ୍କ ପ୍ରାର୍ଥପତ୍ର କାଏମ ରହିଛି ବିଜେପି ପ୍ରାର୍ଥୀ ଜୟ ଢୋଲକିଆ, ବିଜେଡି ପ୍ରାର୍ଥନୀ ସ୍ନେହାଙ୍ଗିନୀ ଛୁରିଆ ଓ କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝିଙ୍କ ସହିତ ମୋଟ ୧୪ ଜଣଙ୍କ ପ୍ରାର୍ଥପତ୍ର ବୈଧ ହୋଇଛି । ନାମାଙ୍କନ ପ୍ରତ୍ୟାହାର ପାଇଁ ଗୁରୁବାର ଶେଷ ଦିନ ରହିଛି ।














