ଏସ.ଆଇ ନିଯୁକ୍ତି ପରୀକ୍ଷା ଦୁର୍ନୀତି ମାମଲାର ତଦନ୍ତ ଏବେ ସିବିଆଇ ହାତରେ। ଏହି ମାମଲାର ତଦନ୍ତ ଦାୟିତ୍ଵ କ୍ରାଇମ ବ୍ରାଞ୍ଚରୁ ହଟି ସିବିଆଇକୁ ଦିଆଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ନିର୍ଦ୍ଦେଶ ଜାରି କରିଛନ୍ତି।ସୂଚନାଯୋଗ୍ୟ ଯେ ଓଡିଶା ପୋଲିସ ସବ୍‌ଇନ୍‌ସପେକ୍ଟର ନିଯୁକ୍ତି ପରୀକ୍ଷାରେ ବ୍ୟାପକ ଅନିୟମିତତା ଓ ଦୁର୍ନୀତିର ଅଭିଯୋଗ ହୋଇଥିଲା। ଏହାର ତଦନ୍ତ ଭାର କ୍ରାଇମ ବ୍ରାଞ୍ଚ ସି.ଆଇ.ଡିକୁ ଦିଆଯାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ହୋଇଥିବା ଅନୁସଂଧାନରୁ ଜଣାଯାଇଛି ଯେ ଏହି ଦୁର୍ନୀତିର ଚେର ଆନ୍ଧ୍ରପ୍ରଦେଶ ଓ ପଶ୍ଚିମବଙ୍ଗ ସହିତ ଅନ୍ୟାନ୍ୟ ରାଜ୍ୟକୁ ମଧ୍ୟ ବ୍ୟାପି ଥାଇପାରେ। ଏହା ସହିତ ଏହି ଦୁର୍ନୀତିରେ ଆନ୍ତ-ରାଜ୍ୟ ସଂଗଠିତ କ୍ରିମିନାଲ ଗ୍ୟାଙ୍ଗର ସଂପୃକ୍ତି ଥିବା ନେଇ ମଧ୍ୟ ସନ୍ଦେହ କରାଯାଉଛି। ଏସ.ଆଇ ପରୀକ୍ଷା ଦୁର୍ନୀତି ମାମଲାର ସମସ୍ତ ଦୋଷୀମାନଙ୍କୁ ଆଇନ ଅଧୀନରେ ଆଣି କଠୋର ଶାସ୍ତି ଦେବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ଏହାର ତଦନ୍ତ ଦାୟିତ୍ଵ ସିବିଆଇକୁ ଦେବାକୁ ନିଷ୍ପତ୍ତି ନେଇଛନ୍ତି। ସେଥିପାଇଁ ରାଜ୍ୟ ସରକାର ପୋଲିସ ଓ ଅନ୍ୟାନ୍ୟ ପୋଷାକଧାରୀ ସେବାରେ କର୍ମଚାରୀ ଚୟନ ପାଇଁ ଏକ ସ୍ଥାୟୀ ଆୟୋଗ ପ୍ରତିଷ୍ଠା କରିବାକୁ ରାଜ୍ୟ ସରକାର ବିଚାର କରୁଛନ୍ତି।

LEAVE A REPLY

Please enter your comment!
Please enter your name here