କେନ୍ଦ୍ରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗ ପୁଣି ଥରେ ବଡ଼ ସଫଳତା ହାସଲ କରିଛି। କଟକ ମଙ୍ଗୁଳି ନିକଟରେ ଅଭିଯାନ ଚାଲାଇ ବିପୁଳ ପରିମାଣର ବ୍ରାଉନସୁଗାର ଜବତ କରିଛନ୍ତି ଅବକାରୀ ବିଭାଗ । ଏହି ଘଟଣାରେ ବାସୁଦେବ ଦାସ ଓ ସରୋଜ କୁମାର ରାଉତ ନାମକ ଦୁଇ ଜଣଙ୍କୁ ଗିରଫ କରାଯାଇଛି। ସୂଚନା ଅନୁଯାୟୀ, ମଙ୍ଗୁଳି ଛକ ନିକଟରେ ବ୍ରାଉନସୁଗାର କାରବାର ନେଇ ଅବକାରୀ ବିଭାଗକୁ ଗୁଇନ୍ଦା ସୂଚନା ମିଳିଥିଲା। ଯାହାକୁ ଆଧାର କରି ଅବକାରୀ ବିଭାଗ ଉକ୍ତ ସ୍ଥାନରେ ଚଢାଉ କରିଥିଲେ। ଏହି ଚଢାଉରେ ବିପୁଳ ପରିମାଣର ବ୍ରାଉନସୁଗାର ଜବତ ହୋଇଛି। ଜବତ ବ୍ରାଉନ ସୁଗାରର ମୂଲ୍ୟ ୩୧ ଲକ୍ଷ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି। ଏହି ଘଟଣାରେ ଦୁଇ ଜଣଙ୍କୁ ଗିରଫ କରିଛି ଅବକାରୀ ବିଭାଗ।













