ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ତମ ଜନ୍ମ ଜୟନ୍ତୀ ଅବସରରେ ଏକତା ପଦଯାତ୍ରାରେ ସାମିଲ ହୋଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଦୋବଲରେ ଜନସଭାକୁ ସମ୍ବୋଧିତ କରିଛନ୍ତି ଧର୍ମେନ୍ଦ୍ର। କେନ୍ଦ୍ରମନ୍ତ୍ରୀଙ୍କ ସହ ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ, ଭଦ୍ରକ ସାଂସଦ ଅଭିମନ୍ୟୁ ସେଠୀ, ଭଦ୍ରକ ବିଧାୟକ, ବାଲେଶ୍ଵର ବିଧାୟକଙ୍କ ସହ ବହୁ ଅତିଥି ପଦଯାତ୍ରାରେ ସାମିଲ ହୋଇଥିଲେ। ଏହି ଅବସରରେ ସେ ପ୍ରାୟ ୧୦୧ କୋଟି ଟଙ୍କା ବ୍ୟୟରେ ୨୨ଟି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ପ୍ରଧାନମନ୍ତ୍ରୀ ଉଚ୍ଚତର ଶିକ୍ଷା ଅଭିଯାନ ପାଣ୍ଠିରୁ ୧୫ କୋଟି ଟଙ୍କାରେ ହେବାକୁ ଥିବା ଧାମନଗର ମହାବିଦ୍ୟାଳୟ ବିକାଶ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ଜଳସଂପଦ ବିଭାଗ ପକ୍ଷରୁ ୨୫.୮୫ କୋଟି ଟଙ୍କା ବ୍ୟୟରେ ହେବାକୁ ଥିବା ୧୦ଟି ପ୍ରକଳ୍ପ, ପୂର୍ତ୍ତ ଓ ଗୃହ ନିର୍ମାଣ ବିଭାଗ ପକ୍ଷରୁ ୧୮ କୋଟି ଟଙ୍କା ବ୍ୟୟରେ ହେବାକୁ ଥିବା ୩ଟି ପ୍ରକଳ୍ପ, ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ହେବାକୁ ଥିବା ୨୧.୨୫କୋଟି ଟଙ୍କାର ୩ଟି ପ୍ରକଳ୍ପ ଓ ଡ୍ରେନେଜ୍ ବିଭାଗ ପକ୍ଷରୁ ୪.୧୧ କୋଟି ଟଙ୍କାରେ ହେବାକୁ ଥିବା ୨ଟି ପ୍ରକଳ୍ପର ଶିଳାନ୍ୟାସ ହୋଇଛି।

LEAVE A REPLY

Please enter your comment!
Please enter your name here