ନୂଆଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଓ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସହିତ ସାକ୍ଷାତ କରିଛନ୍ତି। ମୁଖ୍ୟମନ୍ତ୍ରୀ ରାଜ୍ୟର ସ୍ବାସ୍ଥ୍ୟ ସେବା ଢାଞ୍ଚା ଏବଂ ଆଗାମୀ ଯୋଜନାକୁ ନେଇ ବିସ୍ତୃତ ଆଲୋଚନା କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସୋସିଆଲ ମିଡିଆ ଏକ୍ସରେ ଏକ ପୋଷ୍ଟ ମାଧ୍ୟମରେ ଏହାର ସୂଚନା ଦେଇ ଲେଖିଛନ୍ତି, ‘ ନୂଆଦିଲ୍ଲୀରେ ଆମ ଦଳର ମାନ୍ୟବର ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ଜଗତ ପ୍ରକାଶ ନଡ୍ଡା ଜୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିବାର ସୁଯୋଗ ମିଳିଲା । ଏହି ଅବସରରେ ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିର ଉନ୍ନତି ଓ ଭବିଷ୍ୟତର କାର୍ଯ୍ୟପନ୍ଥା ଉପରେ ବିସ୍ତୃତ ଭାବେ ଆଲୋଚନା କରାଗଲା । ମାନ୍ୟବର ନଡ୍ଡା ଜୀଙ୍କ ଦୂରଦୃଷ୍ଟି ସମ୍ପନ୍ନ ମାର୍ଗଦର୍ଶନ ଆମକୁ ଅଧିକ ଉତ୍ସାହ ସହ କାର୍ଯ୍ୟ କରିବା ପାଇଁ ପ୍ରେରଣା ଯୋଗାଇବ । ମୁଖ୍ୟମନ୍ତ୍ରୀ ଏବଂ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଏହି ବୈଠକ ଓଡ଼ିଶାର ସ୍ବାସ୍ଥ୍ୟସେବାକୁ ଆଗକୁ ବଢ଼ାଇବା ସହ ସମଗ୍ର ବିକାଶ ଏଜେଣ୍ଡାକୁ ଆହୁରି ଆଗକୁ ନେବାକୁ ସହାୟକ ହେବ ବୋଲି ଅନୁମାନ କରାଯାଉଛି।

LEAVE A REPLY

Please enter your comment!
Please enter your name here