ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ୧୩,୩୫୮ଟି ଅଭିଯୋଗ ଆସିଛି ଏବଂ ସେଥିମଧ୍ୟରୁ ୧୨, ୪୩୨ ଅଭିଯୋଗର ସମାଧାନ ହୋଇ ସାରିଛି ବୋଲି ବିଧାନସଭାରେ ଉତ୍ତର ରଖି ତଥ୍ୟ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ।ବିଧାନସଭାର ଶୀତ ଅଧିବେଶନର ଆଜି ଦଶମ ଦିନ, ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀ ପ୍ରଶ୍ନ କରିଥିଲେ ଯେ ପୂର୍ବରୁ ଅଫିସର ରାଜ ଚାଲୁଥିବାରୁ ଗ୍ରାଉଣ୍ଡ ସ୍ତରରେ ବ୍ଲକକୁ ଆସୁଥିବା ଲୋକଙ୍କ ଅଭିଯୋଗ ସମାଧାନ ହେଉ ନ ଥିଲା । ତେଣୁ ସେଗୁଡିକ ସମାଧାନ ପାଇଁ କଣ ପଦକ୍ଷେପ ନିଆ ଯାଇଛି ଓ କିଛି ସମୟ ସୀମା ନିର୍ଦ୍ଧାରିତ ଅଛି କି ? ଏହାର ଉତ୍ତର ଦେଇଛନ୍ତି ଆଇନମନ୍ତ୍ରୀ ,ସେ ଉତ୍ତରରେ କହିଛନ୍ତି, “ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ମୋଟ୍ ୧୩,୩୫୮ଟି ଅଭିଯୋଗ ଆସିଛି । ଯେଉଁଥିରୁ ୧୨, ୪୩୨ ଅଭିଯୋଗର ସମାଧାନ ହୋଇ ସାରିଛି । ଜିଲ୍ଲା, ଉପଖଣ୍ଡ ଓ ତହସିଲ ସ୍ତରରେ ବି ପ୍ରତି ସୋମବାର ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଚାଲୁଛି । ମୁଖ୍ୟ ଶାସନ ସଚିବ ଓ ବିଭିନ୍ନ ନିର୍ଦ୍ଦେଶାଳୟ ସହ ଅନଲାଇନ ପୋର୍ଟାଲ ମାଧ୍ୟମରେ ବି ଅଭିଯୋଗ ରେଜିଷ୍ଟ୍ରେସନ କରାଯାଉଛି । ପୂର୍ବରୁ ୨୦୦୮ରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଖୋଲିଥିଲେ ବି ପୂର୍ବ ସରକାର ସମୟରେ ଏହା କେବେ ହେଉ ନ ଥିଲା । ୧୪ ଲକ୍ଷ ୪୧ ହଜାର ୮୩୨ଟି ଅଭିଯୋଗ ଜନଶୁଣାଣି ପୋର୍ଟାଲରେ ରେଜିଷ୍ଟ୍ରେସନ ହୋଇଛି । ଏଥିରୁ ୧୩ ଲକ୍ଷ ୭ ହଜାର ୨୫୩ଟି ଅଭିଯୋଗର ସମାଧାନ ହୋଇ ସାରିଛି । ବାକି ଥିବା ୧ ଲକ୍ଷ ୩୪ ହଜାର ୫୭୯ଟି ଅଭିଯୋଗ ମଧ୍ୟରୁ ଅଧିକାଂଶ ଜଟିଳ ଅଛି । ଏହାର ସମାଧାନ ପାଇଁ ବିଭିନ୍ନ ଦିଗ ଉପରେ ବିଚାର ଚାଲୁଅଛି ।

LEAVE A REPLY

Please enter your comment!
Please enter your name here