ନାବାଳିକା ଦୁଷ୍କର୍ମ ଓ ହତ୍ୟା ପ୍ରତିବାଦରେ ଆଜି ଦୁଇ ବିରୋଧୀ ଦଳ ବିଜେଡ଼ି ଏବଂ କଂଗ୍ରେସ ଅଲଗା ଅଲଗା ୬ ଘଣ୍ଟିଆ ବନ୍ଦ ଡାକରା ଦେଇଛନ୍ତି । ମଙ୍ଗଳବାର ଦିନ ଚାନ୍ଦବାଲି ଥାନା ଅଞ୍ଚଳର ୧୦ ବର୍ଷର ନାବାଳିକା ଅପରାହ୍ନ ପ୍ରାୟ ୨ଟା ସମୟରେ ଘରୁ ବାହାରି ଆସିବା ପରେ ଆଉ ଘରକୁ ଫେରି ନଥିଲେ । ପରିବାର ଲୋକ ଖୋଜାଖୋଜି କରିବା ପରେ ଏକ ଘଞ୍ଚ ଜଙ୍ଗଲରୁ ନାବାଳିକାର ଉଲଗ୍ନ ମୃତ ଦେହ ଉଦ୍ଧାର କରିଥିଲେ । ନାବାଳିକାକୁ ଦୁଷ୍କର୍ମ କରିବା ପରେ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଥିଲେ ।ପୀଡ଼ିତାଙ୍କ ପରିବାରକୁ ନ୍ୟାୟ ଏବଂ ଅଭିଯୁକ୍ତ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଦାବିରେ ଆଜି ବନ୍ଦ ପାଳନ କରାଯାଇଛି। ସକାଳ ୬ଟାରୁ ମଧ୍ୟାହ୍ନ ୧୨ଟା ଯାଏ ବନ୍ଦ ପାଳନ କରାଯାଇଛି । ସମ୍ପୂର୍ଣ୍ଣ ବ୍ଲକରେ ଦୋକାନ ବଜାର, ଶିକ୍ଷାନୁଷ୍ଠାନ ଏବଂ ଯାନବାହାନ ଚଳାଚଳ ବନ୍ଦ ରହିଛି । ବିଜେଡି ବିଧାୟକ ବ୍ୟୋମକେଶ ରାୟଙ୍କ ନେତୃତ୍ୱରେ ଦଳୀୟ କର୍ମୀମାନେ ପିକେଟିଂ କରିବା ସହିତ ନାରାବାଜି କରୁଥିବାର ଦେଖିବାକୁ ମିଳିଛି । ରାସ୍ତା ଉପରେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି । ସ୍ଥାନୀୟ ଅଞ୍ଚଳରେ ନ୍ୟାୟ ଦାବିରେ ଉତ୍ତେଜନା ଲାଗି ରହିଛି । ମୁଖ୍ୟ ଅଭିଯୁକ୍ତକୁ ପୋଲିସ ଗିରଫ କରିଛି ।

LEAVE A REPLY

Please enter your comment!
Please enter your name here