କନ୍ଧମାଳ ଜିଲ୍ଲାରେ ବଡ଼ ମାଓ ବିରୋଧୀ ଅପରେସନରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଛନ୍ତି ୪ କୁଖ୍ୟାତ ମାଓବାଦୀ। ଏନ୍‌କାଉଣ୍ଟରରେ ଟପ୍ ମାଓନେତା ଗଣେଶ ସହିତ ୪ ଜଣ ନିହତ ହୋଇଛନ୍ତି। ସେଣ୍ଟ୍ରାଲ କମିଟି ମେମ୍ବର ଗଣେଶ ନିହତ ହୋଇଥିବା ସୂଚନା ମଳିଛି। ଗଣେଶ ନାଁରେ ଥିଲା ୧ କୋଟି ୧୦ ଲକ୍ଷର ପୁରସ୍କାର ରାଶି। ତେଲେଙ୍ଗାନା ନାଲଗୋଣ୍ଡାର ଗଣେଶ ଓଡ଼ିଶାରେ ମାଓ କାର୍ଯ୍ୟକଳାପର ନେତୃତ୍ବ ନେଉଥିଲା। SOG, CRPF, BSF ଯବାନଙ୍କ ୨୩ଟି ଟିମ୍ ପକ୍ଷରୁ ଏହି ମିଳିତ ଏନ୍‌କାଉଣ୍ଟର କରାଯାଇଥିଲା। ନିହତ ୪ ମାଓବାଦୀଙ୍କ ମଧ୍ୟରୁ ୨ ଜଣ ମହିଳା ଏବଂ ୨ ଜଣ ପୁରୁଷ ଥିବା ସୂଚନା ମିଳିଛି। ଘଟଣାସ୍ଥଳରୁ ୨ଟି ଇନସାସ୍‌ ରାଇଫଲ୍ ସହ ଗୋଟିଏ ୩୦୩ ରାଇଫଲ୍ ଜବତ କରାଯାଇଛି। ପୁଲିସ ଡିଜି ୱାଇ ବି ଖୁରାନିଆ କହିଛନ୍ତି ଯେ ଗଣେଶଙ୍କ ନିହତ ପରେ ଓଡ଼ିଶାରେ ମାଓବାଦୀଙ୍କ ମେରୁଦଣ୍ଡ ଭାଙ୍ଗିଯାଇଛି।ଗଣେଶଙ୍କ ସହିତ ୪ ନକ୍ସଲ ନିହତ ହୋଇଛନ୍ତି, ଯାହା ଏକ ବଡ ସଫଳତା। ଏବେବି ସର୍ଚ୍ଚ ଅପରେସନ ଜାରି ରହିଛି। ୨୦୨୬ ମାର୍ଚ୍ଚ ସୁଦ୍ଧା ମାଓବାଦୀଙ୍କ ମୂଳପୋଛ ଲକ୍ଷ୍ୟ ବୋଲି ଡିଜିପି କହିଛନ୍ତି। ଏଥିସହ ମାଓବାଦୀ ହିଂସାପଥ ଛାଡି ସମାଜର ମୁଖ୍ୟସ୍ରୋତରେ ସାମିଲ ହୁଅନ୍ତୁ ବୋଲି ସେ ଆହ୍ୱାନ ଦେଇଛନ୍ତି।

LEAVE A REPLY

Please enter your comment!
Please enter your name here