ଲାଞ୍ଚ ନେଇ ଧରାପଡ଼ିଲେ ପୋଲିସ ଅଧିକାରୀ। ଜଣେ ଲାଇସେନ୍ସପ୍ରାପ୍ତ ମଦ ବ୍ୟବସାୟୀଙ୍କଠାରୁ ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଛନ୍ତି ବିଜୟ କୁମାର ବାରିକ। ଭିଜିଲାନ୍ସ ଚଢ଼ାଉ ବେଳେ ଘରୁ ମିଳିଛି ନଗଦ ୫ ଲକ୍ଷ ଟଙ୍କା। ଏହାପରେ କଟକ ସିଆରଆରଆଇ ଥାନା ଆଇଆଇସି ବିଜୟ କୁମାର ବାରିକଙ୍କୁ ଭିଜିଲାନ୍ସ ଗିରଫ କରିଛି। ଜାନୁଆରି ୪ ତାରିଖରେ କଟକର ସିଆରଆରଆଇ ଥାନା ଆଇଆଇସି ବିଜୟ କୁମାର ବାରିକଙ୍କୁ ଭୁବନେଶ୍ୱରର ରାଜମହଲ ଛକରୁ ଓଡ଼ିଶା ଭିଜିଲାନ୍ସ ଗିରଫ କରିଛି। ସେ ଜଣେ ଲାଇସେନ୍ସପ୍ରାପ୍ତ ମଦ ବିକ୍ରେତାଙ୍କଠାରୁ ୪୦ ହଜାର ଟଙ୍କା ଲାଞ୍ଚ ମାଗୁଥିଲେ। ଅଭିଯୁକ୍ତ ଶ୍ରୀ ବାରିକଙ୍କ ଠାରୁ ସମସ୍ତ ଲାଞ୍ଚ ଟଙ୍କା ଜବତ କରାଯାଇଛି। ଏହାପରେ ଦୁଇଟି ସ୍ଥାନରେ ଏକକାଳୀନ ଚଢ଼ାଉ ଜାରି ରହିଛି। ଏନେଇ ଅଭିଯୁକ୍ତ ବିଜୟ ବାରିକଙ୍କ ବିରୁଦ୍ଧରେ ମାମଲା ରୁଜୁ କରାଯାଇଛି।ଭୁବନେଶ୍ୱରର ୟୁନିଟ୍ ୧ ସ୍ଥିତ ବିଜୟ କୁମାର ବାରିକଙ୍କ ସରକାରୀ କ୍ୱାର୍ଟରରେ ଚଢ଼ାଉ ସମୟରେ ପ୍ରାୟ ୫ ଲକ୍ଷ ଟଙ୍କା ଜବତ ହୋଇଛି।

LEAVE A REPLY

Please enter your comment!
Please enter your name here