ଏବେ ଏକାଦଶ ଶ୍ରେଣୀର ବିଜ୍ଞାନ ପିଲା ଇଂରାଜୀ ବଦଳରେ ଓଡ଼ିଆରେ ପଢ଼ିପାରିବେ । ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଆ ଭାଷାରେ ପ୍ରସ୍ତୁତ ଏକାଦଶ ଶ୍ରେଣୀ ବିଜ୍ଞାନ ଛାତ୍ରଛାତ୍ରୀଙ୍କ ପାଇଁ ସନ୍ଦର୍ଭ ପୁସ୍ତକ ଉନ୍ମୋଚନ କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରସ୍ତୁତ ଏହି ପୁସ୍ତକ ଗୁଡିକ ମଧ୍ୟରେ ଗଣିତ, ପଦାର୍ଥ ବିଜ୍ଞାନ, ରସାୟନ ବିଜ୍ଞାନ ଓ ଜୀବ ବିଜ୍ଞାନ ଆଜି ମୁଖ୍ୟମନ୍ତ୍ରୀ ଉନ୍ମୋଚନ କରିଛନ୍ତି । ଓଡ଼ିଆ ଭାଷାରେ ଏଭଳି ବହି ଆଗରୁ ନଥିବାରୁ ରାଜ୍ୟ ସରକାର ପ୍ରତ୍ୟେକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟକୁ ୧୦ ରୁ ୨୦ ଟି ବହି ଯୋଗାଇ ଦେବା ପାଇଁ ନିଷ୍ପତ୍ତି ନେଇଛନ୍ତି । ପ୍ରତ୍ୟେକ ଉଚ୍ଚ ଶିକ୍ଷା ବିଦ୍ୟାଳୟର ଗ୍ରନ୍ଥାଳୟରେ ଏହି ବହି ଉପଲବ୍ଧ ହେବ ଓ ପିଲାମାନେ ଏହାକୁ ପଢ଼ି ପାରିବେ । ଏହି ପୁସ୍ତକ ଗୁଡ଼ିକ ପ୍ରତ୍ୟେକ ଜିଲ୍ଲାର ଦୋକାନରେ ଉପଲବ୍ଧ ହେବା ପାଇଁ ଓଡ଼ିଆ ଅଧ୍ୟୟନ ଓ ଗବେଷଣା ସଂସ୍ଥା ପ୍ରଚେଷ୍ଟା କରିବ । ଏହି ପୁସ୍ତକ ସମୁଦାୟ ୭୦୦ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର
୧,୨୦,୦୦୦ ଛାତ୍ରଛାତ୍ରୀଙ୍କ ପାଇଁ ଉପଲବ୍ଧ ହେବ ।













